ଜାମ୍ମୁ କାଶ୍ମୀର : ଶ୍ରୀନଗରର ରାମବାଗରେ ଏନକାଉଣ୍ଟର, ସୁରକ୍ଷା ବାହିନୀ ଗୁଳିରେ ଟଳିଲେ ତିନି ଆତଙ୍କବାଦୀ
ଜାମ୍ମୁ କାଶ୍ମୀରରେ ଶ୍ରୀନଗରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି । ପୋଲିସ ଏବଂ ସୁରକ୍ଷା ବାହିନୀର ମିଳିତ ଅପରେସନରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।
ଶ୍ରୀନଗର : ଜାମ୍ମୁ କାଶ୍ମୀରରେ ଶ୍ରୀନଗରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି । ପୋଲିସ ଏବଂ ସୁରକ୍ଷା ବାହିନୀର ମିଳିତ ଅପରେସନରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଜାମ୍ମୁ କାଶ୍ମୀର ପୋଲିସ କହିଛି ଯେ ଏହି ଏନକାଉଣ୍ଟର ଶ୍ରୀନଗରର ରାମବାଗ ଅଞ୍ଚଳରେ ହୋଇଛି । ଯେଉଁଥିରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବା ରାଜ୍ୟ ପୋଲିସ ଦାବି କରିଛି ।

ସୂଚନା ଅନୁଯାୟୀ, ବୁଧବାର ଅପରାହ୍ନରେ ରାମବାଗ ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ, CRPF କର୍ମଚାରୀଙ୍କ ସହ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା । ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କ ନିକଟକୁ ଯିବା ମାତ୍ରେ ଆତଙ୍କବାଦୀମାନେ ସୈନିକମାନଙ୍କ ଉପରକୁ ଗୁଳି ଚଳାଇବା ଆରମ୍ଭ କରିଥିଲେ । ଏହାର ପାଲଟା ଜବାବରେ ସୁରକ୍ଷା କର୍ମୀ ଗୁଳି ଚଳାଇଥିଲେ । ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ହୋଇଥିଲା, ଯେଉଁଥିରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିଲେ ।
ସୂଚନାଯୋଗ୍ୟ, ଗତ ସପ୍ତାହରେ, ବୁଧବାର ଦିନ ଜାମ୍ମୁ କାଶ୍ମୀରର କୁଲଗାମ ଜିଲ୍ଲାରେ ଦୁଇଟି ଏନକାଉଣ୍ଟର ହୋଇଥିଲା । ଏହି ଏନକାଉଣ୍ଟରରେ ସୁରକ୍ଷା ବାହିନୀ 5 ଆତଙ୍କବାଦୀଙ୍କୁ ନିହତ କରିଥିବା ଦାବି କରିଛି । ଆଇଜିପି କାଶ୍ମୀର ବିଜୟ କୁମାର କହିଥିଲେ ଯେ କୁଲଗାମ ଜିଲ୍ଲାର ପୋମ୍ବାଇ ଏବଂ ଗୋପାଳପୋରା ଗ୍ରାମରେ ଏହି ଏନକାଉଣ୍ଟର ହୋଇଥିଲା ଯେଉଁଥିରେ 5 ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସେହି ଦିନ ପୁଲୱାମା ପୋଲିସ ଏବଂ ସୁରକ୍ଷା ବାହିନୀର ମିଳିତ ଟିମ୍ ଲଶ୍କର ଆତଙ୍କବାଦୀଙ୍କୁ ସମର୍ଥନ କରିବା ଅଭିଯୋଗରେ ଆମୀର ବଶୀର ଏବଂ ମୁଖତାର ଭଟଙ୍କୁ ଗିରଫ କରିଥିଲା ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications