ତ୍ରିପୁରାର ସିଏମ ଭାବେ ଶପଥ ନେଲେ ମାଣିକ ସାହା
ତ୍ରିପୁରାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମାଣିକ ସାହା । ଅଗରତାଲା ରାଜ ଭବନରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ସତ୍ୟଦେଓ ନାରାୟଣ ଆର୍ଯ୍ୟ ଶପଥପାଠ କରାଇଛନ୍ତି ।
ଅଗରତାଲା: ତ୍ରିପୁରାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମାଣିକ ସାହା । ଅଗରତାଲା ରାଜ ଭବନରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ସତ୍ୟଦେଓ ନାରାୟଣ ଆର୍ଯ୍ୟ ଶପଥପାଠ କରାଇଛନ୍ତି । ଫଳରେ ତ୍ରିପୁରାର ଏକାଦଶତମ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ମାଣିକ ସାହା । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାପରେ ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ BJP ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଧନ୍ୟବାଦ ଜଣାଇଛନ୍ତି ମାଣିକ । ଏଥିସହ ରାଜ୍ୟର ସାମଗ୍ରୀକ ବିକାଶ ପାଇଁ ସର୍ବଦା କାର୍ଯ୍ୟ କରିବେ ବୋଲି କହିଛନ୍ତି ।

ପେଷାରେ ଜଣେ ଡେଣ୍ଟିଷ୍ଟ ଥିବା ମାଣିକ ସାହା ଆସନ୍ତାବର୍ଷ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଗାଦି ସମ୍ଭାଳିବେ ବୋଲି ଅନୁମାନ କରାଯାଉଛି । କାରଣ ଆସନ୍ତା ବର୍ଷ ଏହି ଉତ୍ତର-ପୂର୍ବ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ପଦରୁ ବିପ୍ଳଦ ଦେବଙ୍ଗ ହଠାତ ଇସ୍ତଫା ରାଜନୈତିକ ମହଲରେ ସମସ୍ତଙ୍କୁ ଆଚମ୍ବିତ କରିଥିଲା । ତେବେ ଟିଏମସି ଏହି ରାଜ୍ୟରେ ନିଜର ଶକ୍ତିବୃଦ୍ଧି କରୁଥିବାରୁ ଡକ୍ଟର ସାହାଙ୍କ ନେତୃତ୍ବରେ ଦଳ ଏଠାରେ ପୁଣି ଆଗାମୀ ବିଧାନସଭା ନିର୍ବାଚନ ଜିତିବାକୁ ଗୋଟିଚାଳନା କରିଥିବା ଚର୍ଚ୍ଚା ହେଉଛି ।
2016ରେ ମାଣିକ ସାହା କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଥିଲେ । 2020ରେ ତାଙ୍କୁ ତ୍ରିପୁରା ବିଜେପି ପ୍ରାଦେଶିକ ମୁଖ୍ୟ ଭାବେ ଦଳ ଦାୟିତ୍ବ ଦେଇଥିଲା ଓ ଚଳିତ ବର୍ଷ ମାର୍ଚ୍ଚରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ନିର୍ବାଚନର ଗୋଟିଏ ବର୍ଷ ପୂର୍ବରୁ ରାଜ୍ୟରେ ହଠାତ ମୁଖ୍ୟମନ୍ତ୍ରୀ ବଦଳ ସମସ୍ତଙ୍କୁ ଚକିତ କରିଛି ।
-
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ମଧ୍ୟପ୍ରାଚ୍ୟ ମହାଯୁଦ୍ଧ ଭିତରେ ଭାରତ ପାଇଁ ବଡ଼ ଆଶ୍ୱସ୍ତି, କେବଳ ଏହି ସବୁ ଦେଶ ପାଇଁ ବନ୍ଦ ରହିବ ହର୍ମୁଜ ଜଳପଥ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ..... -
ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର -
ପାଇଲ୍ସ ସର୍ଜରୀ ପରେ ମିଳିଲାନି ଛୁଟି: ବରିଷ୍ଠ ଅଧିକାରୀଙ୍କ ଆଗରେ ପ୍ୟାଣ୍ଟ ଖୋଲିଦେଲେ ଲୋକୋ ପାଇଲଟ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ












Click it and Unblock the Notifications