କେରଳର ଏର୍ନାକୁଲାମରେ ଦୁଇଟି ବୋମା ବିସ୍ଫୋରଣ, ଜଣେ ମୃତ, 20 ଜଣ ଆହତ
କେରଳ: ସମ୍ମିଳନୀ କକ୍ଷରେ ବୋମା ବିସ୍ପୋରଣ । କେରଳର ଏର୍ନାକୁଲାମରେ ବିସ୍ଫୋରଣର ଖବର ସାମ୍ନାକୁ ଆସିଛି । ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 20 ଜଣ ଆହତ ହୋଇଛନ୍ତି । ଏହା ଏକ ଆତଙ୍କବାଦୀ ଆକ୍ରମଣ ବୋଲି କୁହାଯାଉଛି ।

ସୂଚନାନୁସାରେ, ଗୋଟିଏ ପରେ ଗୋଟିଏ ଲଗାତାର ଦୁଇଟି ବିସ୍ଫୋରଣ ହୋଇଛି । ପ୍ରାରମ୍ଭିକ ଆକଳନ ଅନୁସାରେ, ଏହା ଏକ ଆତଙ୍କବାଦୀ ଆକ୍ରମଣ । ବମ୍ ସ୍କ୍ୱାଡ୍ ଏବଂ ଫୋରେନସିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।
ଏହି ବିସ୍ଫୋରଣ ସମ୍ପର୍କରେ ସୂଚନା ଦେଇ ଆସିଷ୍ଟାଣ୍ଟ କମିଶନର ବେବି ପିଭି କହିଛନ୍ତି ଯେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ 20-25 ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ଡାକ୍ତରଖାନା ନିଆଯାଉଛି । ଉଭୟ ବିସ୍ଫୋରଣ 5-10 ସେକେଣ୍ଡ ମଧ୍ୟରେ ଘଟିଥିଲା । ପରିସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣରେ ରହିଛି । ଫୋରେନସିକ୍ ଟିମ୍ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି । ଯାଞ୍ଚ ପରେ ଏହା ସ୍ପଷ୍ଟ ହେବ ଯେ ଏହା ଏକ ବୋମା ବିସ୍ଫୋରଣ ଥିଲା ନା ଅନ୍ୟ କିଛି ।
More From
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications