ଉନ୍ନାଓ ଦୁଷ୍କର୍ମ ମାମଲା; ଦିଲ୍ଲୀ ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଦେଲେ ଦେଲେ ସୁପ୍ରିମକୋର୍ଟ
ବହୁଚର୍ଚ୍ଚିତ ଉନ୍ନାଓ ଦୁଷ୍କର୍ମ ମାମଲାରେ ସୁପ୍ରିମକୋର୍ଟଙ୍କ ଶୁଣାଣି । ସୁପ୍ରିମକୋର୍ଟ ଦିଲ୍ଲୀ ହାଇକୋର୍ଟଙ୍କ ଶୁଣାଣି ଉପରେ ରୋକ୍ ଲଗାଇଛନ୍ତି । ଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ତଥା ପୂର୍ବତନ ବିଧାୟକ କୁଳଦୀପ ସେଙ୍ଗରଙ୍କ ଜାମିନ୍ ଆବେଦନ ଉପରେ ରୋକ ଲାଗିଛି । ସିଜେଆଇ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ଅଧ୍ୟକ୍ଷତାର ଗଠିତ ୩ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରି ଏହି ରାୟ ଦେଇଛନ୍ତି ।

ସୁପ୍ରିମକୋର୍ଟ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ସ୍ଥଗିତ ରଖିଛନ୍ତି । ସୁପ୍ରିମକୋର୍ଟ ସେନଗରଙ୍କୁ ଏକ ନୋଟିସ ମଧ୍ୟ ଜାରି କରିଛନ୍ତି, ଯେଉଁଥିରେ ଚାରି ସପ୍ତାହ ମଧ୍ୟରେ ଜବାବ ମାଗିଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ, ବିଚାରପତି ଜେ.କେ. ମାହେଶ୍ୱରୀ ଏବଂ ବିଚାରପତି ଅଗଷ୍ଟିନ ଜର୍ଜ ମାସିହଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ ।
ଉନ୍ନାଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ପୂର୍ବତନ ବିଜେପି ବିଧାୟକ କୁଲଦୀପ ସିଂହ ସେନଗରଙ୍କୁ ଦିଲ୍ଲୀ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ । କୋର୍ଟ ସେନଗରଙ୍କ ଆବେଦନ ଉପରେ ତାଙ୍କ ଦଣ୍ଡାଦେଶକୁ ମଧ୍ୟ ସ୍ଥଗିତ ରଖିଥିଲେ । ଟ୍ରାଏଲ୍ କୋର୍ଟ ସେନଗରଙ୍କୁ ଏହି ମାମଲାରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ । ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୁଦ୍ଧରେ ବିରୋଧ ପ୍ରଦର୍ଶନ ହୋଇଥିଲା, ଯାହା ପରବର୍ତ୍ତୀ ସମୟରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ।
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
VerSe Innovation ର ନୂତନ ପଦକ୍ଷେପ: ପି.ଆର୍. ରମେଶ ସ୍ୱତନ୍ତ୍ର ନିର୍ଦ୍ଦେଶକ ଓ ଅଡିଟ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼






Click it and Unblock the Notifications