ହାଥରସ ସତସଙ୍ଗରେ ଦଳାଚକଟା ଘଟଣା: ମୃତ୍ୟୁ ସଂଖ୍ୟା ୮୭କୁ ବୃଦ୍ଧି
Hathras Stampede: ଉତ୍ତରପ୍ରଦେଶର ହାଥରସ ସତସଙ୍ଗରେ ଦଳାଚକଟା ଘଟଣା, ମୃତ୍ୟୁ ସଂଖ୍ୟା 87କୁ ବୃଦ୍ଧି । ମୃତକଙ୍କ ମଧ୍ୟରେ ଅଧିକ ସଂଖ୍ୟାରେ ମହିଳା ଏବଂ ଶିଶୁ ଅଛନ୍ତି । ଉତ୍ତରପ୍ରଦେଶର ହାଥରସ ଜିଲ୍ଲାର ରତିଭାନପୁରରେ ମଙ୍ଗଳବାର ଏକ ସତସଙ୍ଗରେ ହୋଇଥିବା ଅଘଟଣାରେ ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ । ସେହିପରି ଏହି ଘଟଣାରେ ଶତାଧିକ ଲୋକ ଆହତ ହୋଇଥିବା ନେଇ ସୂଚନା ରହିଛି ।
ହାଥରସ ଜିଲ୍ଲାର ରତିଭାନପୁରରେ ମଙ୍ଗଳବାର ଦିନ ଏକ ଧାର୍ମିକ କାର୍ଯ୍ୟକ୍ରମରେ ହଠାତ୍ ଦଳାଚକଟା ହେବାରୁ ପ୍ରଥମେ 27 ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଥିଲା ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ 87 ଛୁଇଁଛି । ମୃତକଙ୍କ ମଧ୍ୟରେ ମହିଳା ଏବଂ ଶିଶୁ ମଧ୍ୟ ଅଛନ୍ତି । ମହିଳା ଓ ଶିଶୁମାନଙ୍କୁ ଏଟା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ତେବେ ଆହତଙ୍କ ଚିକିତ୍ସା ଜାରି ରହିଛି ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା ରହିଛି ।

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଦୁଃଖଦ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ଏବଂ ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି । ସେହିପରି ଆହତ ମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ସେହିପରି ଉଦ୍ଧାର କାର୍ଯ୍ୟ ଶୀଘ୍ର କରିବା ସହ ସମସ୍ତ ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରି ଚିକିତ୍ସା ଆରମ୍ଭ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications