ମହାକୁମ୍ଭ ମେଳାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଦିନ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ମହାକୁମ୍ଭ ମେଳା ପରିଦର୍ଶନ କରିବାକୁ ନିମନ୍ତ୍ରଣ କରିଛନ୍ତି। ମହାକୁମ୍ଭ ଜାନୁଆରୀ ୧୩ ରୁ ଫେବୃଆରୀ ୨୬ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି ଯେଉଁଥିରେ ଚଳିତ ବର୍ଷ ୪୦ କୋଟି ଭକ୍ତ ଆସିବେ ବୋଲି ଆଶା କରାଯାଉଛି।

mahakumbha mela

ଏହାପୂର୍ବରୁ, ୩୦ ଡିସେମ୍ବର ୨୦୨୫ରେ ମୁଖ୍ୟମନ୍ତ୍ରୀ ଯୋଗୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖର, ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ଜାତୀୟ ମୁଖ୍ୟ ଜେପି ନଡ୍ଡା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନିମନ୍ତ୍ରଣ କରିଛନ୍ତି ।

ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଦିନ ମହାକୁମ୍ଭ ୨୦୨୫ ସହ ଜଡିତ ସୂଚନା ପ୍ରସାରଣ ପାଇଁ FM ଚ୍ୟାନେଲ ' ମହାକୁମ୍ଭମେଳା'ର ଉଦଘାଟନ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+