ଉତ୍ତରାଖଣ୍ଡର ବଦ୍ରିନାଥ ରାଜପଥରେ ଭୟଙ୍କ ସଡ଼କ ଦୁର୍ଘଟଣା: ୧୦ ମୃତ, ଅନେକ ଆହତ
Uttarakhand Badrinath Highway Accident: ଉତ୍ତରାଖଣ୍ଡର ବଦ୍ରିନାଥ ରାଜପଥରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ଟେମ୍ପୋ ଟ୍ରାଭେଲର୍ ନିୟନ୍ତ୍ରଣ ହରାଇ ଅଳକାନନ୍ଦ ନଦୀରେ ଖସି ପଡିଛି । ଯେଉଁଥିରେ ପ୍ରାୟ ୧୦ ଜଣଙ୍କ ମୃତ୍ୟୁ ଘଟିଛି, ଏବଂ ୭ରୁ ଅଧିକ ଆହତ ହୋଇଥିବା ନେଇ ସୂଚନା । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ନିଖୋଜ ଲୋକଙ୍କୁ ଖୋଜିବା ପାଇଁ ଉଦ୍ୟମ କରାଯାଉଛି।

ବଦ୍ରିନାଥ ରାଜପଥରେ ଥିବା ରେନ୍ତୋଲି ନିକଟରେ ଏହି ଦୁର୍ଘଟଣା ଘଟିଛି, ଯେଉଁଠାରେ ଗାଡ଼ିଟି ହଠାତ୍ ନିୟନ୍ତ୍ରଣ ହରାଇ ଆଳାକାନନ୍ଦ ନଦୀରେ ପଡ଼ିଯାଇଥିଲା । ଘଟଣା ପରେ ଉକ୍ତ ସ୍ଥାନରେ ଉତ୍ତେଜନ ସୃଷ୍ଟି ହୋଇଛି । ଟ୍ରାଭେଲରରେ ପ୍ରାୟ ସତର ଜଣ ଯାତ୍ରୀ ଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଉଦ୍ଧାରକାରୀ ଦଳକୁ ଘଟଣାସ୍ଥଳକୁ ପଠାଯାଇଥିଲା। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ନଦୀର ପ୍ରବଳ ପ୍ରବାହ ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବିଳମ୍ବ ହେଉଛି ।
जनपद रुद्रप्रयाग में टेम्पो ट्रैवलर के दुर्घटनाग्रस्त होने का अत्यंत पीड़ादायक समाचार प्राप्त हुआ। स्थानीय प्रशासन व SDRF की टीमें राहत एवं बचाव कार्यों में जुटी हुई है। घायलों को नज़दीकी चिकित्सा केंद्र पर उपचार हेतु भेज दिया गया है। ज़िलाधिकारी को घटना की जाँच के आदेश दे दिए…
— Pushkar Singh Dhami (@pushkardhami) June 15, 2024
ଘଟଣାର ଖବର ପାଇବା ମାତ୍ରେ SDRF ଦଳ ଘଟଣାସ୍ଥଳରେ ପହଞ୍ଚିଛି । ଉଦ୍ଧାର କାର୍ଯ୍ୟରେ MRF ଏବଂ NDRP ଦଳ ନିୟୋଜିତ ଅଛନ୍ତି । ଏହି ଦୁର୍ଘଟଣାରେ ଉତ୍ତରାଖଣ୍ଡର ସିଏମ ପୁଷ୍କର ସିଂ ଧାମି ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି। ସିଏମ୍ ପୁଷ୍କର ସିଂ ଧାମି ଇନଷ୍ଟାଗ୍ରାମରେ ପୋଷ୍ଟ ସେୟାର କରି ଦୁଃଖ ପ୍ରକାଶ କରିଛନ୍ତି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications