ଭି ନାରାୟଣନ ହେବେ ଇସ୍ରୋର ନୂଆ ଅଧ୍ୟକ୍ଷ, କେନ୍ଦ୍ର ସରକାର ଦେଲେ ନିଯୁକ୍ତି
ଭି ନାରାୟଣନ ହେବେ ଇସ୍ରୋର ନୂଆ ଅଧ୍ୟକ୍ଷ। ଇସ୍ରୋ ଅଧ୍ୟକ୍ଷ ତଥା ଅନ୍ତରୀକ୍ଷ ବିଭାଗ ସଚିବ ଭାବେ ତାଙ୍କୁ କେନ୍ଦ୍ର ସରକାର ନିଯୁକ୍ତ କରିଛନ୍ତି। ଆସନ୍ତା ୧୪ ତାରିଖରେ ସେ ଇସ୍ରୋର ବର୍ତ୍ତମାନ ଅଧ୍ୟକ୍ଷ ଏସ୍. ସୋମନାଥଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ।

କେନ୍ଦ୍ର ସରକାରଙ୍କ କ୍ୟାବିନେଟ୍ ନିଯୁକ୍ତି କମିଟି ଏ ନେଇ ସୂଚନା ଜାରି କରିଛି। ୨ ବର୍ଷ ପର୍ଯ୍ୟନ୍ତ ସେ ଏହି ପଦରେ ରହିବେ। ଭି ନାରାୟଣନଙ୍କ ପଖରେ ପ୍ରାୟ ୪ ଦଶନ୍ଧିର ଅନୁଭବ ରହିଛି। ସେ ଭାରତୀୟ ଅନ୍ତରୀକ୍ଷ ସଂଗଠନରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ରହିଆସିଛନ୍ତି।
ବର୍ତ୍ତମାନ ଭି. ନାରାୟଣ ଭଲିଆମାଲାରେ ଅବସ୍ଥିତ ଲିକ୍ୱିଡ୍ ପ୍ରପଲ୍ୟୁସନ୍ ସିଷ୍ଟମ୍ ସେଣ୍ଟର (LPSC) ର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଛନ୍ତି। ୧୯୮୪ରେ ସେ ଇସ୍ରୋରେ ସାମିଲ ହୋଇଥିଲେ।
କହିରଖୁ ଇସ୍ରୋର ବର୍ତ୍ତମାନ ଅଧ୍ୟକ୍ଷ ଏସ୍. ସୋମନାଥ ୧୪ ଜାନୁଆରୀ ୨୦୨୨ରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଏବେ ସେ ତାଙ୍କର ଦୁଇ ବର୍ଷ କାର୍ଯ୍ୟକାଳ ଶେଷ ହେବାକୁ ଆସିଛି। ତାଙ୍କ କାର୍ଯ୍ୟକାଳ ମଧ୍ୟରେ, ISRO ସଫଳତାର ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ମିଶନକୁ କାର୍ଯ୍ୟକାରୀ କରିଛି।












Click it and Unblock the Notifications