Get Updates
Get notified of breaking news, exclusive insights, and must-see stories!

ମାର୍ଚ୍ଚ ୧୬ରୁ ୧୨-୧୪ ବର୍ଷ ପିଲାଙ୍କୁ ଟିକାକରଣ

ଏଣିକି ୧୨ରୁ ୧୪ ବର୍ଷ ପିଲାଙ୍କୁ ବି ଦିଆଯିବ କରୋନା ଟିକା । ଆସନ୍ତା ମାର୍ଚ୍ଚ ୧୬ ତାରିଖରୁ ଆରମ୍ଭ ହେବ ଏହି ଟିକାକରଣ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ।

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଭିତରେ ଆସିଛି ଭଲ ଖବର । ଏଣିକି ୧୨ରୁ ୧୪ ବର୍ଷ ପିଲାଙ୍କୁ ବି ଦିଆଯିବ କରୋନା ଟିକା । ଆସନ୍ତା ମାର୍ଚ୍ଚ ୧୬ ତାରିଖରୁ ଆରମ୍ଭ ହେବ ଏହି ଟିକାକରଣ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ।

corona vaccination

୧୨ ରୁ ୧୪ ବର୍ଷ ବୟସ ପିଲାଙ୍କୁ କୋର୍ବେଭାକ୍ସ (Corbevax) ଭ୍ୟାକସିନ୍‌ ଦିଆଯିବ । ବାୟୋଲୋଜିକାଲ ଇ ଲିମିଟେଡ୍‌ କମ୍ପାନୀ ଦ୍ବାରା କୋର୍ବେଭାକ୍ସ ଟିକା ତିଆରି କରାଯାଇଛି । କେବଳ ଶିଶୁ ନୁହେଁ ୬୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବ୍ୟକ୍ତିମାନେ ବୁଷ୍ଟର ଡୋଜ୍‌ ନେଇପାରିବେ । ଏବେ ଭାରତରେ ଆଗଧାଡିର କରୋନା ଯୋଦ୍ଧା, ଯେପରିକି ସ୍ବାସ୍ଥ୍ୟକର୍ମୀ ଏବଂ ବିଭିନ୍ନ ରୋଗରେ ପୀଡିତ ଥିବା ୬୦ ବର୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କୁ ବୁଷ୍ଟର ଡୋଜ୍‌ ଦିଆଯାଉଛି ।

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ୍‌ ମାଣ୍ଡଭୀୟ ଟ୍ବିଟ୍‌ କରି କହିଛନ୍ତି, ପିଲାମାନେ ସୁରକ୍ଷିତ ରହିଲେ ଦେଶ ସୁରକ୍ଷିତ ରହିବ । ଆଗକୁ ସେ ଲେଖିଛନ୍ତି, 'ଆସନ୍ତା ମାର୍ଚ୍ଚ ୧୬ ତାରିଖ ଠାରୁ ଦେଶରେ ୧୨ ରୁ ୧୪ ବର୍ଷ ବୟସ ଶିଶୁଙ୍କୁ ଟିକାକରଣ ଆରମ୍ଭ ହେବ । ଏହା ସହିତ ୬୦ ବର୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତିମାନେ ବୁଷ୍ଟର ଡୋଜ୍‌ ନେଇପାରିବେ' । ପିଲାମାନେ ତଥା ବୟସ୍କ ବ୍ୟକ୍ତିମାନେ ଟିକା ନେବାକୁ ସ୍ବାସ୍ଥ୍ୟମନ୍ତ୍ରୀ ଅପିଲ୍ କରିଛନ୍ତି ।

ସୂଚନାଯୋଗ୍ୟ, ଗତ ଜାନୁଆରୀ ୩ ତାରିଖରୁ ଭାରତରେ ପିଲାମାନଙ୍କ ଟିକାକରଣ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ୧୫ ରୁ ୧୮ ବର୍ଷ ବୟସ ମଧ୍ୟରେ ପିଲାମାନଙ୍କର ଟିକାକରଣ ଆରମ୍ଭ ହୋଇଥିଲା । କିନ୍ତୁ ଏବେ ଆଉ ପାଦେ ଆଗେଇଛି ସ୍ବାସ୍ଥ୍ୟ ବିଭାଗ । ମାର୍ଚ୍ଚ ୧୬ ତାରିଖରୁ ୧୨ରୁ ୧୪ ବର୍ଷ ବୟସ୍କ ଶିଶୁଙ୍କୁ ଟିକାକରଣ କରାଯିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+