Ahmedabad plane crash:ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ମୃତ୍ୟୁ
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା। ରୂପାନୀଙ୍କ ଝିଅକୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ। ଗୁଜୁରାଟ ବିଜେପି ମୁଖ୍ୟ ସି.ଆର. ପାଟିଲ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ସି.ଆର. ପାଟିଲ କହିଛନ୍ତି ଯେ ସେ ତାଙ୍କ ପରିବାରକୁ ଭେଟିବାକୁ ଯାଉଥିଲେ, ସେ ଏହି ଦୁର୍ଘଟଣାର ଶିକାର ହୋଇଥିଲେ। ଭଗବାନ ତାଙ୍କ ଆତ୍ମାକୁ ମଧ୍ୟ ଶାନ୍ତି ଦିଅନ୍ତୁ।

ସେପଟେ ବିଜୟ ରୂପାଣୀଙ୍କ ମୃତ୍ୟୁ ଖବର ଜଣାପଡ଼ିବା ପରେ ତାଙ୍କ ପତ୍ନୀ ଲଣ୍ଡନରୁ ଏବଂ ପୁଅ ଆମେରିକାରୁ ଅହମଦାବାଦ ଫେରୁଛନ୍ତି। ଦୁର୍ଘଟଣାଗ୍ରସ୍ତ ଏହି ବିମାନରେ ୧୨ ଜଣ କ୍ରୁ ସଦସ୍ୟଙ୍କ ସମେତ ୨୪୨ ଜଣ ଥିଲେ। ସ୍ବର୍ଗତଃ ରୂପାଣୀ ୨୦୧୬ରୁ ୨୦୨୧ ପର୍ଯ୍ୟନ୍ତ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ । ସୂଚନାଯୋଗ୍ୟ ଯେ ତାଙ୍କର ଦୁଇ ପୁଅଙ୍କ ମଧ୍ୟରୁ ସାନ ପୁଅ ପୁଜିତଙ୍କ ମୃତ୍ୟୁ କିଛି ବର୍ଷ ତଳେ ଏକ ଦୁର୍ଘଟଣାରେ ହୋଇଥିଲା ।












Click it and Unblock the Notifications