ବିକଶିତ ଭାରତ ସଙ୍କଳ୍ପ ଯାତ୍ରା : ଓଡିଶାର ଜଣେ ସାଧାରଣ କୃଷକଙ୍କ କାହାଣୀ

ଓଡ଼ିଶାର ରାୟଗଡ଼ାର ପୂର୍ଣ୍ଣଚନ୍ଦ୍ର ବେନିଆ ତାଙ୍କ ପତ୍ନୀ ଏବଂ ମା'ଙ୍କ ବିଷୟରେ ବହୁତ ଚିନ୍ତା କରୁଥିଲେ । ମହିଳାମାନେ ପାରମ୍ପରିକ ଚୁଲାରେ ପୂରା ପରିବାର ପାଇଁ ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ରୋଷେଇ ଘରେ ଘଣ୍ଟା ଘଣ୍ଟା ବିତାଇଥାନ୍ତି । ଏହି ଚୁଲା ଘର ଏବଂ ଆଭ୍ୟନ୍ତରୀଣ ବାୟୁ ପ୍ରଦୂଷଣର ଏକ ବଡ଼ କାରଣ ସାଜିଥାଏ। "ଧୂଆଁପୂର୍ଣ୍ଣ" ରୋଷେଇ ଘରେ ଘଣ୍ଟା ଘଣ୍ଟା ପରିଶ୍ରମ କରିବା ବେନିଆ ପରିବାର ମହିଳାଙ୍କ ସ୍ୱାସ୍ଥ୍ୟ ଉପରେ ପ୍ରତିକୂଳ ପ୍ରଭାବ ପକାଉଥିଲା । ଏଥିସହିତ, ଉପଯୁକ୍ତ ଜାଳେଣୀ କାଠ, ନଡ଼ା, ଏବଂ ଗାଈ ଗୋବର ସଂଗ୍ରହ କରିବା ଲାଗି ଏହି ମହିଳାମାନଙ୍କର ବହୁ ସମୟ ବ୍ୟୟ ହେବା ସହିତ ସେମାନଙ୍କୁ କଠିନ ପରିଶ୍ରମ କରିବାକୁ ପଡ଼ୁଥିଲା ।

କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନା - ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (ପିଏମୟୁୱାଇ) ଜରିଆରେ ପୂର୍ଣ୍ଣଚନ୍ଦ୍ରଙ୍କୁ ଏକ ଆଶାର କିରଣ ମିଳିଲା ଯାହା ମାଧ୍ୟମରେ ସେ ତାଙ୍କ ଘରେ ଏକ ମାଗଣା ଏଲପିଜି ସଂଯୋଗ ପାଇପାରିଲେ ।

ଭିଡିଓ କନଫରେନ୍ସିଂ ମାଧ୍ୟମରେ ୩୦ ନଭେମ୍ବର ୨୦୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥାବାର୍ତ୍ତା ବେଳେ ପୂର୍ଣ୍ଣ ଚାନ୍ଦ କହିଛନ୍ତି ଯେ ଉଜ୍ଜ୍ୱଳା ଯୋଜନା ଭଳି କଲ୍ୟାଣକାରୀ ଯୋଜନା ତାଙ୍କ ଜୀବନରେ ବ୍ୟାପକ ପରିବର୍ତ୍ତନ ଆଣିଛି । ସେ କହିଛନ୍ତି ଯେ ତାଙ୍କ ପରିବାରର ମହିଳାମାନେ ବର୍ତ୍ତମାନ ଖୁସି ଅଛନ୍ତି । ପ୍ରଧାନମନ୍ତ୍ରୀ କିସାନ ଏବଂ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଭଳି ଅନ୍ୟ ସରକାରୀ ଜନକଲ୍ୟାଣ କାର୍ଯ୍ୟକ୍ରମରୁ ସେ ଏବଂ ତାଙ୍କ ପରିବାର ମଧ୍ୟ ବହୁ ଉପକୃତ ହୋଇଥିବା ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କହିଛନ୍ତି ।

ପ୍ରଧାନମନ୍ତ୍ରୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଥିଲେ । ବିକଶିତ ଭାରତ ସଂକଳ୍ପ ଯାତ୍ରା ମାଧ୍ୟମରେ ସରକାରୀ ଯୋଜନାଗୁଡିକର ଶତପ୍ରତିଶତ ସଫଳତା ହାସଲ କରିବାକୁ ଲକ୍ଷ୍ୟ ରଖାଯାଇଛି।

 narendra modi

ପିଲାମାନଙ୍କ ଭବିଷ୍ୟତ ପାଇଁ ପୂର୍ଣ୍ଣ ଚାନ୍ଦଙ୍କର କିଭଳି ଆଶା ରହିଛି ବୋଲି ପ୍ରଧାନମନ୍ତ୍ରୀ ପ୍ରଶ୍ନ କରିଥିଲେ । ପୂର୍ଣ୍ଣ ଚାନ୍ଦ ପ୍ରଧାନମନ୍ତ୍ରୀଙ୍କୁ କହିଥିଲେ ଯେ ତାଙ୍କର ତିନି ସନ୍ତାନ ଅଛନ୍ତି । ତାଙ୍କ ପିଲାମାନେ ବଡ଼ ହେବାପରେ ଡାକ୍ତର ଏବଂ ଇଞ୍ଜିନିୟର ଭାବରେ କ୍ୟାରିୟର କରିବାକୁ ଏହି ସାଧାରଣ ଚାଷୀ ଜଣଙ୍କ ଇଚ୍ଛା ପ୍ରକାଶ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀ ଜାଣିବା ପରେ ପରେ ପୂର୍ଣ୍ଣ ଚାନ୍ଦଙ୍କୁ ବିକଶିତ ଭାରତ ସଙ୍କଳ୍ପ ଯାତ୍ରାର ଏକ ଅଂଶ ଭାବରେ ତାଙ୍କ ଗ୍ରାମ ପରିଦର୍ଶନ କରୁଥିବା ଅଧିକାରୀଙ୍କ ସହ କଥା ହେବାକୁ କହିଥିଲେ। ଏହା ସହିତ, ସେ ପୂର୍ଣ୍ଣ ଚାନ୍ଦଙ୍କୁ ବିଭିନ୍ନ କଲ୍ୟାଣକାରୀ ଯୋଜନା ବିଷୟରେ ଅଧିକାରୀମାନଙ୍କୁ ପଚାରି ବୁଝିବାକୁ ପରାମର୍ଶ ଦେଇଥିଲେ ।

ଶେଷରେ, ପ୍ରଧାନମନ୍ତ୍ରୀ ମୋଦୀ ପୂର୍ଣ୍ଣ ଚାନ୍ଦଙ୍କୁ ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ପାଇଁ ସଙ୍କଳ୍ପ ନେବାକୁ ଅନୁରୋଧ କରିଥିଲେ । ପୂର୍ଣ୍ଣ ଚାନ୍ଦ ତାଙ୍କର କର୍ତ୍ତବ୍ୟ ପାଳନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ ଯାହା ଦେଶକୁ ବିକଶିତ ଭାରତ ହେବାର ସ୍ୱପ୍ନକୁ ସାକାର କରିବାରେ ସାହାଯ୍ୟ କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+