ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ
West Bengal Panchayat Election 2023:ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି । କଡ଼ା ସୁରକ୍ଷା ମଧ୍ୟରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି । ୬୩୨୨୯ ପଞ୍ଚାୟତ, ୯୭୩୦ ପଞ୍ଚାୟତ ସମିତି, ୯୨୮ ଜିଲ୍ଲା ପରିଷଦ ପାଇଁ ଭୋଟିଂ । ୫ କୋଟି ୬୭ ଲକ୍ଷ ଭୋଟର ନିର୍ଦ୍ଧାରଣ କରିବେ ଭାଗ୍ୟ । ଆସନ୍ତା ଜୁଲାଇ ୧୧ ତାରିଖରେ ଘୋଷଣା ହେବ ଫଳାଫଳ ।
ସମଗ୍ର ବଙ୍ଗଳାରେ କେନ୍ଦ୍ରୀୟ ଫୋର୍ସର 485ଟି କମ୍ପାନୀ ନିୟୋଜିତ ଅଛନ୍ତି । ମୋଟ୍ 65,000 ଯବାନ ହିଂସାକୁ ରୋକିବା ପାଇଁ ସବୁ ସ୍ଥାନରେ ନିୟୋଜିତ ହୋଇଛନ୍ତି । ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ପଶ୍ଚିମବଙ୍ଗ ପୋଲିସ ବିଭିନ୍ନ ସ୍ଥାନରେ ସର୍ଚ୍ଚ ଅପରେସନ କରିଥିବା ନେଇ ସୂଚନା ରହିଛି ।

ସୂଚନାଥାଉ ଯେ, ଜୁନ୍ ୮ ତାରିଖରେ ନିର୍ବାଚନ ତାରିଖ ଘୋଷଣା ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ହିଂସାକାଣ୍ତ ଘଟି ୧୯ରୁ ଊର୍ଦ୍ଧ୍ୱ ଲୋକଙ୍କର ମୃତ୍ୟୁ ଘଟିଲାଣି । ନିର୍ବାଚନ ଆରମ୍ଭ ହେବା ପୂର୍ବରୁ ଗତ ୨୪ ଘଣ୍ଟା ମଧ୍ୟରେ ମୁର୍ଶିଦାବାଦ ଏବଂ ଉତ୍ତର ୨୪ ପ୍ରଗଣା ଜିଲ୍ଲାରୁ
୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି ।
ଟିଏମସି ପାଇଁ ନିଜେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଦଳର ସାଧାରଣ ସମ୍ପାଦକ ଅଭିଷେକ ବାରାର୍ଜୀ ପ୍ରଚାର କରିଥିବା ବେଳେ ବିଜେପି ପାଇଁ ରାଜ୍ୟ ସଭାପତି ସୁକାନ୍ତ ମଜୁମଦାର, ଦିଲୀପ ଘୋଷ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ ।












Click it and Unblock the Notifications