ଲୋକଙ୍କ ଜନାଦେଶକୁ ଆମେ ଗ୍ରହଣ କରୁଛୁ ; ଅରବିନ୍ଦ କେଜ୍ରିୱାଲ
ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ସ୍ପଷ୍ଟ ହୋଇଛି। ବହୁମତଠାରୁ ବିଜେପି ବହୁ ଆଗରେ ରହିଛି।ବିଜେପି ଏକତରଫା ବିଜୟ ମୁହାଁ ହୋଇଛି। ବିଜେପିର ଯାଦୁ କାମ କରିଛି।ହଟ୍ ସିଟ୍ରେ ଆପ୍ର ସ୍ଥିତି ଖରାପ ରହିଛି।

ବିଜେପି ୪୭ ଆସନରେ ଆଗୁଆ ରହିଥିବାବେଳେ ଆପ୍ ୨୩ ଆସନରେ ଆଗୁଆ ରହିଛି। ଫଳରେ ଦିଲ୍ଲୀ ସିଂହାସନରେ ବିଜେପି ବସିବା ନିଶ୍ଚିତ ହୋଇଛି।
ବିଜେପିର ବିଜୟ ନେଇ ଆପ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ନିଜ ଦଳର ପରାଜୟ ସ୍ବୀକାର କରିବା ସହିତ ବିଜେପିକୁ ଅଭିନନ୍ଦନ ଜଣାଇଛନ୍ତି।
କେଜ୍ରିୱାଲ କହିଛନ୍ତି, ଆମେ ଲୋକଙ୍କ ଜନାଦେଶକୁ ଅତ୍ୟନ୍ତ ବିନମ୍ରତାର ସହିତ ଗ୍ରହଣ କରୁଛୁ। ମୁଁ ବିଜେପିକୁ ଏହି ବିଜୟ ପାଇଁ ଅଭିନନ୍ଦନ ଜଣାଉଛି ଏବଂ ମୁଁ ଆଶା କରୁଛି ଯେ, ସେମାନେ ସମସ୍ତ ପ୍ରତିଶ୍ରୁତି ପୂରଣ କରିବେ ଯାହା ପାଇଁ ଲୋକମାନେ ସେମାନଙ୍କୁ ଭୋଟ ଦେଇଛନ୍ତି। ଆମେ ଗତ ୧୦ ବର୍ଷ ମଧ୍ୟରେ ସ୍ୱାସ୍ଥ୍ୟ, ଶିକ୍ଷା, ଭିତ୍ତିଭୂମି କ୍ଷେତ୍ରରେ ବହୁତ କାମ କରିଛୁ। ଆମେ କେବଳ ଏକ ଗଠନମୂଳକ ବିରୋଧୀ ଭୂମିକା ଗ୍ରହଣ କରିବୁ ନାହିଁ ବରଂ ଲୋକଙ୍କ ମଧ୍ୟରେ ରହି ସେମାନଙ୍କର ସେବା କରିବୁ।
ନୂଆଦିଲ୍ଲୀ ଆସନରେ ବିଜେପି ପ୍ରାର୍ଥୀ ପ୍ରବେଶ ବର୍ମାଙ୍କଠାରୁ ଅରବିନ୍ଦ କେଜରିୱାଲ ପରାଜିତ ହୋଇଛନ୍ତି।ସେହିପରି ଜଙ୍ଗପୁରା ଆସନରୁ ମନୀଷ ସିସୋଦିଆ ୬୭୫ ଭୋଟରେ ପରାସ୍ତ ହୋଇଛନ୍ତି। ବିଜେପିର ତରବିନ୍ଦର ସିଂହ ଏଠାରୁ ବିଜୟ ହାସଲ କରିଛନ୍ତି।
ତେବେ ଦିଲ୍ଲୀର କାଲକାଜୀ ଆସନରୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା ଜିତିଛନ୍ତି। ବିଜେପିର ରମେଶ ବିଧୁରୀଙ୍କୁ ଏହି ଆସନରୁ ପରାଜିତ ହୋଇଛନ୍ତି। ଅନ୍ୟପକ୍ଷରେ, କସ୍ତୁରବା ନଗରରୁ ବିଜେପିର ନୀରଜ ବାସୋୟା ବିଜୟୀ ହୋଇଛନ୍ତି।
ସୂଚନାଯୋଗ୍ୟ, ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାରେ ସରକାର ଗଠନ ପାଇଁ କୁହୁକ ସଂଖ୍ୟା ୩୬ ରହିଛି। ଏହି କୁହୁକ ସଂଖ୍ୟାଠାରୁ ଅଧିକ ଆସନ ବିଜେପି ଦଖଲ କରିବାକୁ ସକ୍ଷମ ହୋଇଛି। ଫଳରେ ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀ ଦରବାରରେ ବିଜେପି ପ୍ରବେଶ କରିଛି।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications