Get Updates
Get notified of breaking news, exclusive insights, and must-see stories!

ଆଜି ଧନୁ ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି

Dhanu Sankranti 2024: ଆଜି ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ଆଜି ଠାରୁ ଏକ ମାସ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତିକାନ୍ତି ପ୍ରସ୍ତୁତ କରାଯାଇଛି । ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଏହି ପହିଲି ଭୋଗ ନୀତି ପାଳନ କରାଯିବ ।

ସକାଳୁ ଏହି ନୀତି ଆରମ୍ଭ ହୋଇଯାଇଛି । ସକାଳୁ ସକାଳୁ ରାମକୃଷ୍ଣ ବେନିଭାଇଙ୍କୁ ଖୁଆଇ ଦେଉଛନ୍ତି ମା'ଯଶୋଦା । ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ସେବାୟତଙ୍କ ସହ ମନ୍ଦିର ପ୍ରଶାସନ ଆଲୋଚନା କରିଛି । ପୌରାଣିକ କମ୍ବଦନ୍ତୀ ଅନୁସାରେ, ଦ୍ୱାପର ଯୁଗରେ ମା'ଯଶୋଦା ଆଜିର ଦିନରେ କୃଷ୍ଣ ବଳରାମଙ୍କୁ ପିହିଲି ଭୋଗ ଖୁଆଇଥିଲେ। ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ଧନୁ ସଂକ୍ରାନ୍ତିରୁ ପହିଲି ଭୋଗ ନୀତି ଆରମ୍ଭ ହୋଇ ମକର ସଂକ୍ରାନ୍ତିରେ ଶେଷ ହୋଇଥାଏ ।

2024 Dhanu Sankranti

ପହିଲି ଭୋଗରେ ଗୁଆ-ଘିଅରେ ଖେଚୁଡି, ଫଳ ସହ ଅନ୍ୟାନ୍ୟ ଭୋଗ ମହାପ୍ରଭୁଙ୍କୁ ଅର୍ପଣ କରାଯିବ । କିମ୍ବଦନ୍ତୀ ଅନୁସାରେ ମା ଲକ୍ଷ୍ମୀ ଏହି ସମୟରେ ବାପ ଘରକୁ ଯାଇଥିବାରୁ ଯଶୋଦା ଆଗ୍ରହର ସହ ଶ୍ରୀକୃଷ୍ଣଙ୍କ ପାଇଁ ସ୍ଵାଦିଷ୍ଟ ପିଠା ତିଆରି କରି ପରସି ଦେଇଥାନ୍ତି । ଏହି କିମ୍ବଦନ୍ତୀ ଅନୁସାରେ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଅନୁଷ୍ଠିତ ହେଉଛି । ପହିଲିଭୋଗ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+