ଛେଳିଗଡ ଜଳ ବିଦ୍ୟୁତ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ
ମୂଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭିକେ ପାଣ୍ଡିଆନ ଓ ଜଳସମ୍ପଦ ସଚିବ ଅନୁ ଗର୍ଗ ଆଜି ଗଜପତି ଜିଲ୍ଲା ଗସ୍ତ କରି ଛେଳିଗଡ ଜଳସେଚନ (ଜଳବିଦ୍ୟୁତ)ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିବା ସହ ଟନେଲ କାମ ଅନୁଧ୍ୟାନ କହିଛନ୍ତି ।
ଗଞ୍ଜାମ: ମୂଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭିକେ ପାଣ୍ଡିଆନ ଓ ଜଳସମ୍ପଦ ସଚିବ ଅନୁ ଗର୍ଗ ଆଜି ଗଜପତି ଜିଲ୍ଲା ଗସ୍ତ କରି ଛେଳିଗଡ ଜଳସେଚନ (ଜଳବିଦ୍ୟୁତ)ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିବା ସହ ଟନେଲ କାମ ଅନୁଧ୍ୟାନ କହିଛନ୍ତି । ସକାଳ ୭.୪୦ ରେ ହେଲିକପଟରରେ କୁଆଁପଡ଼ା ଗାଁ ନିକଟରେ ଅସ୍ଥାୟୀ ହେଲିପେଡରେ ଅବତରଣ ପରେ ନିକଟରେ ନିର୍ମାଣାଧୀନ ଟନେଲକୁ ଯାଇଥିଲେ ।

ଆସନ୍ତା 2024 ସୁଦ୍ଧା ଏହି ପ୍ରକଳ୍ପ ନିର୍ମାଣ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଏହା ନିର୍ମାଣ ହେଲେ ଗଞ୍ଜାମ ଓ ଗଜପତି ଜିଲ୍ଲାର 6260 ହେକ୍ଟର ରୁ ଅଧିକ ଜମିକୁ ଜଳସେଚନ ହୋଇପାରିବ । 12 ଶହ ମିଟର ଟନେଲ କାମ ହେବାକୁ ଥିବା ବେଳେ ବର୍ତ୍ତମାନ ପ୍ରାୟ 2 ଶହ ମିଟର କାମ ସରିଛି । ଆସନ୍ତା ଅକ୍ଟୋବର ସୁଦ୍ଧା ଟନେଲ କାମ ସାରିବା ପାଇଁ ଲକ୍ଷ ରଖାଯାଇଛି । ଡ୍ୟାମ କାମ ମଧ୍ଯ ଚାଲିଛି । ଡ୍ୟାମ କାମ ନସରିଥିଲେ ମଧ୍ୟ ଟନେଲ କାମ ସରିଲେ ଖୁବ୍ ଶୀଘ୍ର ଜଳ ନିଷ୍କାସନ ବ୍ୟବସ୍ଥା କରାଯିବ ବୋଲି ମୂଖ୍ୟ ଶାସନ ସଚିବ କହିଛନ୍ତି ।













Click it and Unblock the Notifications