ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ସତର୍କ ରହିବାକୁ ଦେଲେ ପରାମର୍ଶ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ତା' ସହିତ ବରିଷ୍ଠ ନାଗରିକ ଓ ସମ୍ମୁଖ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ୍‌ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

CM Naveen Patnaik

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ ରୋଗୀ ସଂଖ୍ୟା ସ୍ଥିର ରହିଥିବା ବେଳେ ନୂଆ ପଜିଟିଭ କେସରେ ମଧ୍ୟ ହ୍ରାସ ଘଟିଛି । ତୃତୀୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ । କିନ୍ତୁ ଏଥିରେ ଆତ୍ମସନ୍ତୋଷର ସ୍ଥାନ ନାହିଁ । ସଂପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତା ସହିତ ମିଶନ ଶକ୍ତି ଗୋଷ୍ଠୀମାନଙ୍କର ସକ୍ରିୟ ସହଯୋଗରେ ସାରା ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସେହିପରି ପୃଥକ୍‌ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀମାନଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସଂପର୍କରେ ରାପିଡ୍‌ ରେସପନ୍ସ ଟମ୍‌ ଓ କ୍ଷେତ୍ର କର୍ମଚାରୀମାନେ ଠିକ ଭାବରେ ତଦାରଖ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଆତଙ୍କିତ ନ ହୋଇ କୋଭିଡ ସୁରକ୍ଷା ନିୟମାବଳୀକୁ ସଠିକ ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+