ପୁଣି ବଢିଲା କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 10649 ଆକ୍ରାନ୍ତ, 36 ମୃତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 10 ହଜାର 649 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 910 ହଜାର 677 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ଗୋଟିଏ ଦିନ ପୂର୍ବରୁ ଆଖିଦୃଶିଆ ହ୍ରାସ ପରେ ଗତକାଲି ପୁଣି ବୃଦ୍ଧି ପରିଲକ୍ଷିତ ହୋଇଛି । ଗତ ଦୁଇ ଦିନ ଧରି ଦୈନିକ କରୋନା ମାମଲା 10 ହଜାର ତଳେ ରହିଥିଲା । କିନ୍ତୁ ଗତକାଲି ଏହା ପୁଣି 10 ହଜାର ଅତିକ୍ରମ କରିଛି । ଏଥିସହିତ ସକ୍ରିୟ ମାମଲା ମଧ୍ୟ 97 ହଜାରରୁ କମ୍ ରହିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 10 ହଜାର 649 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 910 ହଜାର 677 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 96 ହଜାର 442 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 36 ରେକର୍ଡ ହୋଇଛି ।
ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 43 ଲକ୍ଷ 68 ହଜାର 195 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 37 ଲକ୍ଷ 44 ହଜାର 301 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 27 ହଜାର 452 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 210 କୋଟି 58 ଲକ୍ଷ 83 ହଜାର 682 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 27 ଲକ୍ଷ 17 ହଜାର 979 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications