ଇଣ୍ଡୋନେସିଆ ବିମାନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଇଣ୍ଡୋନେସିଆ ଯାତ୍ରୀବାହୀ ବିମାନ ଦୁର୍ଘଟଣାରେ ତକଙ୍କ ପରିବାରଙ୍କୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଭୁବନେଶ୍ୱର: ଇଣ୍ଡୋନେସିଆ ଯାତ୍ରୀବାହୀ ବିମାନ ଦୁର୍ଘଟଣା । ଦୁର୍ଘଟଣା ପରେ ବିମାନର ମିଳିଛି ଭଗ୍ନାବଶେଷ । ତେବେ ଏହି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରଙ୍କୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ଯ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ।

plane

ଇଣ୍ଡୋନେସିଆ ବିମାନ ଦୁର୍ଘଟଣା:

ଶନିବାର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରୁ ବିମାନ ଉଡ଼ାଣ କରିବାର କିଛି ସମୟ ପରେ ନିଖୋଜ ହୋଇଯାଇଥିଲା ଶ୍ରୀଜୟ ଏୟାରଲାଇନ୍ସ ବିମାନ SJ182 । ବିମାନରେ 62 ଜଣ ଯାତ୍ରୀ ଥିବା ସୂଚନା ରହିଛି । ଦୁର୍ଘଟଣାର 12 ଘଣ୍ଟା ପରେ ବର୍ତ୍ତମାନ ଇଣ୍ଡୋନେସିଆର ଅନୁସନ୍ଧାନକାରୀ ସଂସ୍ଥା କହିଛି ଯେ ଜାକର୍ତ୍ତା ନିକଟ ଜାଭା ସାଗରରେ ବିମାନର ଭଙ୍ଗାବଶେଷ ମିଳିଛି । ବିମାନ ଉଡ଼ାଣ ଠିକ ପରବର୍ତ୍ତୀ ମୁହୁର୍ତ୍ତରେ ହିଁ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି।

ପ୍ରାୟ ୧୦ ହଜାର ଫୁଟ ଉପରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା । ଉଡ଼ାଣର ମାତ୍ର 5 ମିନିଟ୍‌ ଭିତରେ ଯୋଗାଯୋଗ ବିଚ୍ଛିନ୍ନ ହେବା ସହ ଚୂରମାର ହୋଇଯାଇଛି ବିମାନ । ଇଣ୍ଡୋନେସିଆର ଏହି ବିମାନକୁ ସବୁଠୁ ଭଲ ବିମାନ ତାଲିକାରେ ରଖାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+