ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ମେ’ ୪ରେ ସୃଷ୍ଟି ହେବ, ୫ରେ ନେବ ଲଘୁଚାପର ରୂପ
ଆସନ୍ତା ମେ’ ୪ ତାରିଖରେ ଦକ୍ଷିଣ ଆଣ୍ଡମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୫ ତାରିଖ ସୁଦ୍ଧା ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ ।
ଭୁବନେଶ୍ୱର: ଆସନ୍ତା ମେ' ୪ ତାରିଖରେ ଦକ୍ଷିଣ ଆଣ୍ଡମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୫ ତାରିଖ ସୁଦ୍ଧା ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ ।

ତେବେ ଅନ୍ୟ ପାଣିପାଗ ବିଶେଷଜ୍ଞ ଓ ସଂସ୍ଥା ଆକଳନ କରୁଛନ୍ତି ଯେ ଏହା ବାତ୍ୟାର ରୂପ ନେଇପାରେ ଏବଂ ଆନ୍ଧ୍ର, ଓଡ଼ିଶା କିମ୍ବା ବାଂଲାଦେଶ ଆଡକୁ ମୁହାଁଇପାରେ ।
ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି, ଯେ ୪ ମେ ୨୦୨୨ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।
ଏତଦ ବ୍ୟତୀତ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରି ଯାଏଁ ତାତି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତକାଲି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୫ ଡିଗ୍ରି ରେକର୍ଡ କରାଯାଇଥିଲା । ଏପ୍ରିଲ ୨୯ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।












Click it and Unblock the Notifications