ରାଜ୍ୟରେ ଶୀତ କମିବ, ୧୬ରୁ ଅଭାନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ବର: ରାଜ୍ୟରେ କମିବ ଶୀତର ପ୍ରଭାବ। ଆସନ୍ତା ତିନି ଚାରି ଦିନ ଲାଗି ରାତିର ତାପମାତ୍ରା ବଢିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଠାରୁ ରାଜ୍ୟର ସ୍ଵାଭାବିକ ତାପମାତ୍ରା ବଢିବା ସହିତ 15 ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ଯତଃ ଶୁଖିଲା ରହିବ ।

ତେବେ ଆସନ୍ତା ୧୬ରୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି ଅନୁମାନ କରିଛି ପାଣିପାଗ କେନ୍ଦ୍ର । ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୬ରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର କିଛି ଜିଲ୍ଲାରେ କୁଆପଥର ସହ ମଧ୍ୟ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।












Click it and Unblock the Notifications