ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ, ୫ ଓଡିଆଙ୍କୁ ପଦ୍ମଶ୍ରୀ ସମ୍ମାନ
ଓଡ଼ିଶାର ପ୍ରତିଭା ରାୟ ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ପଦ୍ମ ଭୂଷଣ ପାଇବେ । ସେହିଭଳି ରାଜ୍ୟର ୫ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିବ ।
ଭୁବନେଶ୍ୱର: ଦେଶର ସମ୍ମାନଜନକ ପଦ୍ମ ପୁରସ୍କାର ଘୋଷଣା ହୋଇଛି । ୪ ଜଣଙ୍କୁ ପଦ୍ମ ବିଭୂଷଣ ପଦକ ମିଳିବ । ସେହିଭଳି ୧୭ ଜଣଙ୍କୁ ପଦ୍ମ ଭୂଷଣ ଓ ୧୦୭ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିବ । ଓଡ଼ିଶାର ପ୍ରତିଭା ରାୟ ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ପଦ୍ମ ଭୂଷଣ ପାଇବେ ।

ସେହିଭଳି ରାଜ୍ୟର ୫ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିବ । ପାରା ଆଥଲେଟ୍ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନ। ସମାଜସେବା ପାଇଁ ଶିଶୁ ଅନନ୍ତ ମଠର ମହନ୍ତ ମହାରାଜ ଶ୍ରୀମଦ୍ ବାବା ବଳିଆଙ୍କୁ ପଦ୍ମଶ୍ରୀ ସମ୍ମାନ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ପାଇଁ ଆଦିତ୍ୟ ପ୍ରସାଦ ଦାଶଙ୍କୁ ପଦ୍ମଶ୍ରୀ, କଳା କ୍ଷେତ୍ରରେ ଅବଦାନ ପାଇଁ ଶ୍ୟାମାମଣୀ ଦେବୀଙ୍କୁ ପଦ୍ମଶ୍ରୀ, ସାହିତ୍ୟ ଓ ଶିକ୍ଷା ପାଇଁ ନରସିଂହ ପ୍ରସାଦ ଗୁରୁଙ୍କୁ ପଦ୍ମଶ୍ରୀ, ସିଭିଲ ସର୍ଭିସ ପାଇଁ ଗୁରୁପ୍ରସାଦ ମହାପାତ୍ରଙ୍କୁ ମରଣୋତ୍ତର ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରଯିବ।
ଭାରତର ପ୍ରଥମ ସିଡିଏସ୍ ବିପିନ ରାଓ୍ୱତଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ରାଧେ ଶ୍ୟାମ ଖେମକାଙ୍କୁ ସାହିତ୍ୟ ପାଇଁ ମରଣୋତ୍ତର ପଦ୍ମ ବିଭୂଷଣ, କଳା କ୍ଷେତ୍ରରେ ଅବଦାନ ପାଇଁ ପ୍ରଭା ଆଟ୍ରେଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରାଯିବ।












Click it and Unblock the Notifications