Get Updates
Get notified of breaking news, exclusive insights, and must-see stories!

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା, ଭାଇ ହାତରେ ରାଖି ବାନ୍ଧିବେ ଭଉଣୀ

Rakhi Purnima 2024: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଭାଇ ଭଉଣୀର ସମ୍ପର୍କକୁ ଦୁନିଆର ସବୁଠୁ ପବିତ୍ର ସଂପର୍କ ବୋଲି କୁହାଯାଏ । ଭାଇର ହାତରେ ସ୍ନେହର ଡୋରୀ ବାନ୍ଧିବ ଭଉଣୀ । ଭାରତୀୟ ପରମ୍ପରା ଅନୁସାରେ ଆଜିର ଦିନକୁ ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣମୀ ବୋଲି କୁହାଯାଏ । ରାକ୍ଷୀର କିଛି ଦିନ ପୂର୍ବରୁ ଆରମ୍ଭ ହୋଇଥାଏ ପ୍ରସ୍ତୁତି । ବଜାରରେ ବିଭିନ୍ନ ପ୍ରକାର ରାକ୍ଷୀର ସମ୍ଭାର ନେଇ ଖୋଲେ ଦୋକାନ ମାନ । ଆଉ ଭଳିକି ଭଳି ରାକ୍ଷୀ ହୁଏ ବିକ୍ରି । ଆଉ ଆଜି ଏନେଇ ଉତ୍ସବ ମୁଖର ହୋଇଉଠିଛି ଗାଁରୁ ସହର ।

Raksha Bandhan 2024


ଘରେ ଘରେ ପିଠା ପଣାର ଆସର । ପରିବାର ଭିତରେ ବନ୍ଧୁବାନ୍ଧବଙ୍କ ଗହଣରେ ଏହି ଦିନଟି ବିତିଥାଏ । ଆଉ ଭାଇର ଦୀର୍ଘାୟୁ ଏବଂ ସଫଳତା କାମନା କରି ପ୍ରତିଟି ଭଉଣୀ ତା ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ । ଆଉ ଭାଇ ତାର ସର୍ବଦା ରକ୍ଷା କବଚ ହେଇ ତା ସହିତ ଜୀବନ ଯୁଦ୍ଧରେ ରହିଥାଉ ବୋଲି ଭଉଣୀ କାମନା କରିଥାଏ ।

ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ୍ପରା ସହ ମଧ୍ୟ ଜଡିତ ରକ୍ଷା ବନ୍ଧନ ପର୍ବ । ଏହି ରାକ୍ଷୀ ବନ୍ଧନର ପରମ୍ପରା ବହୁ ପ୍ରାଚୀନ କାଳରୁ ରହିଆସିଛି । ଗହ୍ମା ପୂର୍ଣ୍ଣିମା ଦିନଟି ଭଗବାନ ବଳଭଦ୍ରଙ୍କ ଜନ୍ମତିଥି ଭାବେ ଗ୍ରହଣ କରାଯାଏ । ଏହି ଦିନରେ ଗୋମାତାଙ୍କୁ ମଧ୍ୟ ପୂଜାର୍ଚ୍ଚନା କରାଯାଏ । ଗୋମାତାଙ୍କୁ ମଧ୍ୟ ରାକ୍ଷୀ ବନ୍ଧାଯାଏ ।

ଶ୍ରୀମନ୍ଦିରରେ ମଧ୍ୟ ରାକ୍ଷୀ ପୂର୍ଣ୍ଣିମା ପର୍ବ ଲାଗି ସ୍ୱତନ୍ତ୍ର ନୀତିକାନ୍ତି ରହିଛି । ଦେବୀ ଶୁଭଦ୍ରା ପ୍ରଭୁ ବଳଭଦ୍ର ଓ ଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ପଟରା ସେବକମାନେ ବାସୁଙ୍ଗା ପାଟରେ ରାକ୍ଷୀ ପ୍ରସ୍ତୁତ କରି ଆଣିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+