ଆଜି କରୋନାରେ 778 ଆକ୍ରାନ୍ତ, 17 ମୃତ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି ।

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି । ତେବେ ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧,୬୨୫ ଛୁଇଁଛି । ସେପଟେ ଗତ 24 ଘଣ୍ଟାରେ ୩୦ ଜିଲ୍ଲାରେ ପୁଣି ୭୭୮ କରୋନା ରୋଗୀ ଚିହ୍ନଟ ହୋଇଥିବା କୁହାଯାଇଛି ।

କରୋନା ଅପଡେଟ

ତେବେ ସେଥି ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୪୬ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୩୩୨ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି। ଆଜି ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ଅନଗୁଳରୁ । ଏଠାରେ ୬୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡରୁ ୬୪ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା, ବାଲେଶ୍ୱରରୁ ୬୧, ମୟୂରଭଞ୍ଜରୁ ୫୮ ଓ କଟକରୁ ୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୩୨୩ ଥିବାବେଳେ ଆକ୍ଟିଭ କେସ୍‌ ୭୭୪୮ ରହିଛି । ୩ ଲକ୍ଷ ୦୩ ହଜାର ୮୯୭ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+