ଆଜି ପବିତ୍ର ରସଗୋଲା ଦିବସ; ଜାଣନ୍ତୁ କାହିଁକି ପାଳନ ହୁଏ ରସଗୋଲା ଦିବସ ? ପ୍ରଥମେ କେବେ ହୋଇଥିଲା
ରସଗୋଲା ଦିବସ ରସଗୋଲାର ପରିଚିତି ବିଶ୍ୱବ୍ୟାପୀ ଅଧିକ ଜଣାଇବା ପାଇଁ ପାଳିତ ଏକ ସାମାଜିକ ଦିବସ । ୨୦୧୫ ଜୁଲାଇ ୪ ତାରିଖରେ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପ୍ରଥମେ ସୋସିଆଲ ମିଡ଼ିଆରେ ପ୍ରଚାରରୁ ଆରମ୍ଭ ହୋଇଥିଲା ଓ ପରେ ସମ୍ବାଦ ଖବରକାଗଜ ଓ ରେଡ଼ିଓ ଚକୋଲେଟ ପାହାଳର "କେଳୁ ବେହେରା ମିଠା ବ୍ୟବସାୟୀ ମହାସଂଘ" ସହ ମିଶି ଏହାକୁ ଓଡ଼ିଶାରେ ଜନପ୍ରିୟ କରାଇଥିଲେ ।
ଭୁବନେଶ୍ୱରରେ ପାଳିତ ଏହି ଉତ୍ସବରେ ୧୦ରୁ ଅଧିକ ରସଗୋଲା ଦୋକାନରୁ ପାଳଙ୍ଗ, ପୋଦିନା, ଅମୃତଭଣ୍ଡା ଆଦି ନାନାଦି ଉପାଦାନ ଥାଇ ରସଗୋଲା ପରିବେଷଣ କରିଥିଲେ । ରସଗୋଲା ଓଡ଼ିଶାର ପୁରୀ ସହରରୁ କ୍ଷୀରମୋହନ ଭାବେ ଜନ୍ମିଥିବାର ଜଣାଯାଏ । ନଥିକରଣର ଅଭାବ ହେତୁ ସଠିକ ମସିହା ଲିପିବଦ୍ଧ ହୋଇପାରିନଥିଲା । ତେବେ ପୁରୀରୁ ଆରମ୍ଭ ହୋଇ ପରେ ଏହା କଟକର ସାଲେପୁର ଓ ଭୁବନେଶ୍ୱରର ପାହାଳଠାରେ ପୁରୁଷ ପୁରୁଷ ଧରି ପରମ୍ପରାଗତ ବେଉସାରେ ପରିଣତ ହୋଇଥିଲା । ଜଗନ୍ନାଥ ମନ୍ଦିରଙ୍କ ରୋଷଘରେ ତିଆରି ହେଉଥିବା କ୍ଷୀରମୋହନ (ରସଗୋଲା) ପରେ ପଶ୍ଚିମ ବଙ୍ଗର ନବୀନ ଚନ୍ଦ୍ର ଦାସଙ୍କ ଦେଇ ପରିବର୍ତ୍ତିତ ହୋଇଥିଲା ।

ପ୍ରଥମ ରସଗୋଲା ଦିବସ ପାଳନ ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦେଇ ପୁରୀ ବେଳାଭୂମିରେ ଏକ "ରସଗୋଲା ଦିବସ" ଲେଖାଥିବା ବାଲୁକାକଳା ନିର୍ମାଣ ହୋଇଥିଲା ।
ଜଗନ୍ନାଥ ମନ୍ଦିର ପରମ୍ପରାରେ ରସଗୋଲାର ବ୍ୟବହାର ଅନେକ ଶତାବ୍ଦୀ ତଳୁ ହୋଇ ଆସୁଛି । ତେବେ ଏହା କେବେ ଆରମ୍ଭ ହେଲା ତାହା ବାବାଦରେ କୌଣସି ସଠିକ ପ୍ରମାଣ ଲିପିବଦ୍ଧ ନାହିଁ । ରଥଯାତ୍ରା ସମୟରେ ଅଭିମାନିନୀ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ଜଗନ୍ନାଥ ରସଗୋଲା ଖୋଇବା ବିଧି ବଡ଼ଦେଉଳରେ ୬୦୦ରୁ ଅଧିକ ବର୍ଷର ପୁରୁଣା । ବିକଳାନନ୍ଦ କରଙ୍କ ସାଲେପୁର ରସଗୋଲା ଓ ପାହାଳରେ ପ୍ରସ୍ତୁତ ରସଗୋଲା ଭାରତ ତଥା ଭାରତ ବାହାରେ ମଧ୍ୟ ପରିଚିତ । ଉନ୍ନବିଂଶ ଶତାବ୍ଦୀର ଶେଷାର୍ଦ୍ଧ ବେଳକୁ କେଳୁ ଚରଣ ବେହେରା ପାହାଳଠାରେ ରସଗୋଲା ପ୍ରସ୍ତୁତକରି ବ୍ୟବସାୟ ଆରମ୍ଭ କରିଥିଲେ ।
କିମ୍ବଦନ୍ତୀ
ପୌରାଣିକ କଥା ଅନୁଯାୟୀ, ରସଗୋଲା ଦେବୀ ଲକ୍ଷ୍ମୀଙ୍କୁ ଭୋଗ ଭାବରେ ଅର୍ପଣ କରାଯାଇଛି। ବିଶ୍ୱାସ କରାଯାଏ, ପ୍ରଭୁ ଜଗନ୍ନାଥ ମା' ଲକ୍ଷ୍ମୀଙ୍କ ବିନା ଅନୁମତିରେ ୯ ଦିନର ଯାତ୍ରାରେ ଯାଇଥିଲେ। ସ୍ବାମୀ ଏବଂ ତାଙ୍କ ଯାତ୍ରାକୁ ନେଇ ମା' ଲକ୍ଷ୍ମୀ ରାଗି ମନ୍ଦିରର ପ୍ରବେଶ ଦ୍ୱାରରେ ତାଲା ପକାଇ ଦେଇଥିଲେ ଯେ, ତାଙ୍କ ସ୍ବାମୀ ଯେପରି ଘର ଭିତରକୁ ପ୍ରବେଶ ନ କରନ୍ତି। ତେଣୁ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ପ୍ରଭୁ ଜଗନ୍ନାଥ ତାଙ୍କୁ ରସଗୋଲା ଅର୍ପଣ କରିଥିଲେ।
ପାଳନ
୨୦୧୫ ମସିହା ଜୁଲାଇ ୩୦ ତାରିଖରେ ନିଳାଦ୍ରୀ ବିଜେ ଅବସରରେ କେଳୁ ବେହେରା ମିଠା ବ୍ୟବସାୟୀ ସଙ୍ଘ ତରଫରୁ ପ୍ରଥମ କରି ଏହି ଦିବସ ପାଳନର ଯୋଜନା ନିଆଯାଇଥିଲା । ଏଥିପାଇଁ ସମ୍ବାଦ (ଖବରକାଗଜ), ରେଡ଼ିଓ ଚକୋଲେଟ ଆଦି ଅନୁଷ୍ଠାନ ଏହାର ପ୍ରଚାରପ୍ରସାର ଦାୟିତ୍ୱ ନେଇଥିଲେ ।












Click it and Unblock the Notifications