Get Updates
Get notified of breaking news, exclusive insights, and must-see stories!

ଜାଣନ୍ତୁ କେବେଠୁ ପାଳନ କରାଯାଉଛି ଗୁରୁ ଦିବସ

Teacher's Day 2024: ଆସନ୍ତାକାଲି ଗୁରୁ ଦିବସ । ଶିକ୍ଷା ପ୍ରତି ଡକ୍ଟର ରାଧାକ୍ରିଷ୍ଣନଙ୍କ ଅବଦାନକୁ ମନେ ରଖିବା ପାଇଁ ଓ ଶିକ୍ଷକ ଶିକ୍ଷୟତ୍ରୀଙ୍କ ଅବଦାନକୁ ସାମ୍ମାନ ଜଣାଇ ପ୍ରତ୍ୟକ ବର୍ଷ ସେପ୍ଟମ୍ବର ୫ ରେ ବିଦ୍ୟାଳୟ , କଲେଜ ଓ ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଗୁରୁଦିବସ ପାଳନ କରାଯାଏ । ୧୮୮୮ ମସିହା ସେପ୍ଟେମ୍ବର ୫ ତାରିଖରେ ତାମିଲନାଡୁର ତିରୁଟ୍ଟନୀଠାରେ ଜନ୍ମଗ୍ରହଣ କରିଥିଲେ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପିଲାଦିନ ତିରୁଟ୍ଟନୀ ଓ ତିରୁପତିରେ କଟିଥିଲା । ୧୯୬୨ ମସିହାଠୁ ଗୁରୁଦିବସ ପାଳନ କରାଯାଉଛି ।

Teachers Day 2024

ତାଙ୍କର ପାଠପଢା ଆରମ୍ଭ ହୋଇଥିଲା ଖ୍ରୀଷ୍ଟିଆନ୍ ମିସନାରୀ ସ୍କୁଲରୁ । ୧୯୦୯ରେ ରାଧାକ୍ରିଷ୍ଣନଙ୍କୁ ମାଡ୍ରାସ ପ୍ରେସିଡେନ୍ସି ମହାବିଦ୍ୟାଳୟରେ ଦର୍ଶନ ବିଭାଗର ଅଧ୍ୟାପକ ଭାବେ ନିଯୁକ୍ତି କରାଯାଇଥିଲା ।ମୁଖ୍ୟତଃ ଭାରତୀୟ ଦର୍ଶନ ଶାସ୍ତ୍ର ଏବଂ ଧର୍ମଶାସ୍ତ୍ର ଅଧ୍ୟୟନରେ ନିଜକୁ ନିୟୋଜିତ ରଖିଥିଲେ ରାଧାକ୍ରିଷ୍ଣନ । ୧୯୧୮ରେ ରାଧାକ୍ରିଷ୍ଣନ ମୈସୂର ବିଶ୍ବବିଦ୍ୟାଳୟରେ ଦର୍ଶନ ବିଭାଗର ପ୍ରଫେସର ଭାବେ ନିଯୁକ୍ତ ହୋଇଥିଲେ । ତାହାପରେ କଲିକତା ବିଶ୍ବବିଦ୍ୟାଳୟ, ଲଣ୍ଡନର ହାର୍ଭାଡ୍ ବିଶ୍ବବିଦ୍ୟାଳୟ, ମାଂଚେଷ୍ଟର ବିଶ୍ବବିଦ୍ୟାଳୟ ଓ ଶେଷରେ ଅକ୍ସଫୋର୍ଡ ବିଶ୍ବବିଦ୍ୟାଳୟରେ ଶିକ୍ଷାଦାନ କରିଥିଲେ ରାଧାକ୍ରିଷ୍ଣନ । ୧୯୪୯ରେ ସୋଭିଏତ ଋଷିଆକୁ ଭାରତୀୟ ରାଷ୍ଟ୍ରଦୂତ ଭାବେ ପ୍ରେରିତ ହୋଇଥିଲେ ଏବଂ ୧୯୫୪ରେ ତାଙ୍କୁ ମିଳିଥିଲା ସମ୍ମାନଜନକ ଭାରତ ରତ୍ନ । ଭାରତୀୟ ଦର୍ଶନ,ଧର୍ମ-ଦର୍ଶନ, ତୁଳନାତ୍ମକ ଧର୍ମ-ଦର୍ଶନ ଓ ନୀତିଶିକ୍ଷା ଆଦିରେ ଶିକ୍ଷାଦାନ ଏକ ସ୍ୱତନ୍ତ୍ର ପରିଚୟ ହାସଲ କରିଥିଲେ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+