ଓଲଟିଲା ‘ଶିଭମ୍'; 10 ଯାତ୍ରୀ ଆହତ
ସମ୍ବଲପୁର: ସକାଳୁ ସକାଳୁ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିପଡ଼ିଛି ଯାତ୍ରୀବାହୀ ବସ୍ । ଫଳରେ 10 ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତ ସମସ୍ତଙ୍କୁ ଉଦ୍ଧଆର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସମ୍ବଲପୁର ଜିଲ୍ଲା ସୁଖାନାଳ ଠାରେ ଘଟିଛି ଏହି ବସ୍ ଦୁର୍ଘଟଣା । ଖବର ଅନୁଯାୟୀ, ଭୁବନେଶ୍ୱରରୁ ହୀରାକୁଦ ଯାଉଥିଲା 'ଶିଭମ୍' ଏକ ଯାତ୍ରୀବାହୀ ବସ୍ । ଭୋର ସମୟରେ ଚାରମାଳ ସୁଖାନାଳ ଠାରେ ବସ୍ଟି ହଠାତ୍ ଭାରସାମ୍ୟ ରାସ୍ତାକଡ଼କୁ ଓଲଟି ପଡିଥିଲା । ଫଳରେ ଗାଡି ଥିବା ଯାତ୍ରୀଙ୍କ ମଧ୍ୟରୁ 10 ଜଣ ଆହତ ହୋଇଛନ୍ତି । ବସରେ 50 ଜଣ ଯାତ୍ରୀ ଥିବାବେଳେ 8 ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ 2 ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ମିଳିଛି ।
ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଥିଲା । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଘଟଣା ର ତଦନ୍ତ କରୁଛି l ଘଟଣାସ୍ଥଳରୁ ଡ୍ରାଇଭର ଫେରାର ଥିବା ସୂଚନା ମିଳିଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications