୧୦ ପ୍ରସ୍ତାବକୁ ମିଳିଳା କ୍ୟାବିନେଟ୍ରେ ମଞ୍ଜୁରୀ
ରାଜ୍ୟ କ୍ୟାବିନେଟର ୧୬ ତମ ବୈଠକରେ ମିଳିଛି ୧୦ ପ୍ରସ୍ତାବକୁ ମୋହର। ଶୁକ୍ରବାର, ଏନେଇ ବିଧାନସଭାରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁସାରେ, ଗୁରୁବାର ବସିଥିବା କ୍ୟାବିନେଟ୍ ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ, ପଞ୍ଚାୟତିରାଜ ଓ ପାନୀୟ ଜଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।
ଓଡିଶାର ଜନସାଧାରଣଙ୍କ ପାଇଁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ମିଳିତ ଭାବେ ଲାଗୁ କରିବା ପାଇଁ ରାଜ୍ୟ ସରକାର ଜାତୀୟ ସ୍ଵାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହ ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି। ଏହି ନୂଆ ସମନ୍ୱିତ ଯୋଜନାରେ ପ୍ରାୟ ୧.୦୩ କୋଟି ପରିବାରର ୩.୪୬ କୋଟି ହିତାଧିକାରୀ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଓ ମହିଳା ସଦସ୍ୟମାନେ ଅତିରିକ୍ତ ୫ଲକ୍ଷ ଟଙ୍କାର ଦେୟ ମୁକ୍ତ ଚିକିତ୍ସା (Cashless Treatment) ସୁବିଧା ପାଇବେ ।
ସେହିଭଳି ଖଣି କାର୍ଯ୍ୟ ଯୋଗୁ ଖଣି ଅଞ୍ଚଳରେ କ୍ଷତିଗ୍ରସ୍ତ ପରିବାରକୁ ଆଶ୍ୱସ୍ତି ଦେବା ପାଇଁ ହୋଇଥିବା ଡିଏମ୍ଫ ପାଣ୍ଠିରେ ସଂଶୋଧନ କରାଯାଇଥିବା କୁହାଯାଇଛି। ଏହା ଦ୍ଵାରା ଖଣି ଅଞ୍ଚଳରେ ପ୍ରଭାବିତ ପରିବାର ବର୍ଗ ବହୁ ମାତ୍ରାରେ ଉପକୃତ ହେବେ। ପ୍ରଭାବିତ ଅଞ୍ଚଳରେ କାର୍ଯ୍ୟ ତାଲିକା କେବଳ DMF ଟ୍ରଷ୍ଟ ନିର୍ଦ୍ଧାରଣ କରିବ ଏବଂ ଏହାକୁ ଅନ୍ୟ କେହି ନିର୍ଦ୍ଧାରଣ କିମ୍ବା ହସ୍ତକ୍ଷେପ କରିପାରିବେ ନାହିଁ । ଖଣି ପ୍ରଭାବିତ ପରିବାରର ସ୍ୱାର୍ଥରକ୍ଷା ପାଇଁ ପୂର୍ବ ନିୟମ ତୁଳନାରେ ଅନେକ ଉନ୍ନତି କରାଯାଇଛି । ଏହାଦ୍ୱାରା ପରିବାର ଗୁଡ଼ିକୁ ଲାଭଜନକ ଜୀବିକା, ଦକ୍ଷତା ବିକାଶ, କୃଷି ସହାୟତା ଇତ୍ୟାଦି ମିଳିପାରିବ । ସଂଶୋଧିତ ନିୟମାବଳୀ ଅନୁସାରେ ସିଧାସଳଖ ପ୍ରଭାବିତ ଅଞ୍ଚଳ ସୀମା ୧୦ କିଲୋମିଟରରୁ ବୃଦ୍ଧି କରି ୧୫ କିଲୋମିଟରକୁ କରାଯାଇଛି। ସେହିପରି ପରୋକ୍ଷ ପ୍ରଭାବିତ ଅଞ୍ଚଳର ସର୍ବାଧିକ ସୀମା ୨୫ କିଲୋମିଟରରେ ସୀମିତ ରଖାଯାଇଛି ।

ଓଡ଼ିଶା ବେସାମରିକ ସେବା (ଥଇଥାନ ସହାୟତା) ନିୟମ, ୨୦୨୦ ଆରମ୍ଭ ହେବା ତାରିଖ ପୂର୍ବରୁ, ଥଇଥାନ ସହାୟତା ସମ୍ବନ୍ଧିତ ସମସ୍ତ ବିଚାରାଧୀନ ଆବେଦନ ୧୯୯୦ରେ ପ୍ରଚଳିତ ନିୟମ ଅନୁଯାୟୀ ବିଚାର କରାଯିବ । ଏହା ଦ୍ୱାରା ୨୦୨୦ ମସିହାର ନିୟମ ଲାଗୁ ହେବା ପୂର୍ବରୁ ଯେଉଁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି, ସେମାନଙ୍କ ପରିବାର ପାଇଁ ୧୯୯୦ ନିୟମ ଲାଗୁହେବ ଏବଂ ଥଇଥାନ ସହାୟତା ଯୋଜନାରେ ୧୯୯୦ ନିୟମ ଅନୁଯାୟୀ ନିଯୁକ୍ତି ପ୍ରଦାନ କରାଯିବ ।
ଓଡ଼ିଶା ରାଜ୍ୟ ସଡ଼କ ନୀତି ୨୦୨୫ର କେତେକ ପ୍ରମୁଖ ବୈଶିଷ୍ଟ୍ୟ ଗୁଡ଼ିକ ହେଉଛି- : (କ) ରାସ୍ତା ଗୁଡ଼ିକର ଆନ୍ତଃ-ବିଭାଗୀୟ ହସ୍ତାନ୍ତର ପାଇଁ ନିର୍ଦ୍ଦେଶାବଳୀ ନିର୍ଣ୍ଣୟ । (ଖ) ରାସ୍ତା ଭିତ୍ତିଭୂମି ପରିଚାଳନା ପାଇଁ ପର୍ଯ୍ୟାପ୍ତ ଏବଂ ସ୍ଥାୟୀ ପାଣ୍ଠି ଯୋଗାଇବା ଏବଂ ରାସ୍ତା ଭିତ୍ତିଭୂମିର ରକ୍ଷଣାବେକ୍ଷଣ। (ଗ) ଦୁର୍ଘଟଣା ଏବଂ ମୃତ୍ୟୁ ହାର ହ୍ରାସ କରିବା ପାଇଁ ସଡ଼କ ନେଟୱାର୍କର ସୁରକ୍ଷାର ଉନ୍ନତିକରଣ । (ଘ) ଯୋଜନା, ଡିଜାଇନ୍, କ୍ରୟ, ନିର୍ମାଣ, ରକ୍ଷଣାବେକ୍ଷଣ ଏବଂ ପ୍ରକଳ୍ପ ପରିଚାଳନାରେ ସଡ଼କ କ୍ଷେତ୍ର ସଂଗଠନର କ୍ଷମତାକୁ ସୁଦୃଢ଼ କରିବା । (ଙ) ପ୍ରସ୍ତାବିତ ଓଡ଼ିଶା ରାଜ୍ୟ ସଡ଼କ ନୀତି-୨୦୨୫ରେ ରାଜ୍ୟରେ ସେତୁ ବିକାଶ ଉପରେ ମଧ୍ୟ ଧ୍ୟାନ ଦିଆଯାଇଛି ।
ଏହି ନୀତିରେ ରାଜ୍ୟର ସମସ୍ତ ସେତୁର ସବିଶେଷ ସୂଚନାକୁ ଏକ ଅନଲାଇନ୍ ପ୍ଲାଟଫର୍ମରେ ସଂଗ୍ରହ ପାଇଁ 'ଅନଲାଇନ୍ ସେତୁ ସୂଚନା ପ୍ରଣାଳୀ' (Comprehensive Online Bridge Information System-BIS) ବିକଶିତ କରାଯିବ। ଆଧୁନିକ ପ୍ରକ୍ରିୟାରେ ସେତୁଗୁଡ଼ିକର ବାର୍ଷିକ ମୂଲ୍ୟାଙ୍କନ କରାଯିବ। ସେତୁ ଗୁଡ଼ିକର ଅବସ୍ଥାର ମୂଲ୍ୟାଙ୍କନ ରିପୋର୍ଟ ନିୟମିତ ଭାବରେ ଅନଲାଇନ୍ Bridge Information System ଓ Odisha Road Asset Management System ରେ ଅପଡେଟ୍ କରାଯିବ।ଓଡ଼ିଶାରେ ଦକ୍ଷ ଏବଂ ସୁରକ୍ଷିତ ରାସ୍ତା ଭିତ୍ତିଭୂମିର ବର୍ଦ୍ଧିତ ଆବଶ୍ୟକତା ପୂରଣ କରିବା ପାଇଁ ଗତକାଲି ରାଜ୍ୟ କ୍ୟାବିନେଟ "ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫"କୁ ଅନୁମୋଦନ କରିଛନ୍ତି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications