ରାଜ୍ୟରେ ମୋହନ ସରକାରକୁ ୧୦୦ ଦିନ; ଲୋକଙ୍କ ପାଖରେ ରାଜ୍ୟ ସରକାରଙ୍କ ଉପଲବ୍ଧି ରଖିଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୁରୁଛି। ଲୋକଙ୍କ ପାଖରେ ରାଜ୍ୟ ସରକାରଙ୍କ ଉପଲବ୍ଧି ପହଞ୍ଚାଇବାକୁ ପୁରୀରେ ବଡ଼ ଆୟୋଜନ କରିଛି ବିଜେପି। ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ ବୋଲି କହିଲେ ମୋହନ। ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା। ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ୨୪ ବର୍ଷର ସରକାର ପତନ ଘଟିଲା । ପୂର୍ବ ସରକାର ମହାପ୍ରଭୁଙ୍କୁ ମଧ୍ୟ ଭୋଟ ରାଜନୀତିରେ ବ୍ୟବହାର କଲେ ।
ସଂକଳ୍ପ ପତ୍ରରେ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରା କରିଛୁ, କରିବୁ ମଧ୍ୟ। ସରକାରର ପ୍ରଥମ ଦିନରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିଲୁ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କଲୁ। ପୂର୍ବ ସରକାର ଅଭିଯୋଗ ଶୁଣୁନଥିଲେ, ବରଂ ତାଙ୍କ ଇଚ୍ଛାରେ କାର୍ଯ୍ୟ କରୁଥିଲେ । ଭୁବନେଶ୍ବରରେ ଅଭିଯୋଗ ଶୁଣୁଛି, ସମସ୍ୟା ସମାଧାନ ବି କରୁଛୁ।

Mohan government

ଏଥିସହ ମୋହନ ମାଝୀ ବିଜେଡି ସରକାରଙ୍କୁ ମଧ୍ୟ ଖୋଲା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପୂର୍ବ ସରକାର ଅଭିଯୋଗ ଶୁଣୁ ନ ଥିଲେ, ବରଂ ତାଙ୍କ ଇଚ୍ଛାରେ କାର୍ଯ୍ୟ କରୁଥିଲେ। ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ୨୪ ବର୍ଷର ସରକାର ପତନ ଘଟିଲା। ପୂର୍ବ ସରକାର ମହାପ୍ରଭୁଙ୍କୁ ମଧ୍ୟ ଭୋଟ ରାଜନୀତିରେ ବ୍ୟବହାର କରିଥିଲେ। ସେଥିପାଇଁ ବିଜେଡି ସରକାରର ପତନ ଘଟିଲା।

ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ କହିଲେ ପ୍ରଭାତୀ । ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଭିଭାଷଣ । ଶ୍ରୀମନ୍ଦିର ୪ ଦ୍ୱାର, ରତ୍ନ ଭଣ୍ଡାର ଖୋଲିଲା, ସୁଭଦ୍ରା ସହାୟତା ଦିଆଗଲା । ଶ୍ରୀମନ୍ଦିର ପାଇଁ ୫୦୦ କୋଟି, ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର କର୍ପସ ଫଣ୍ଡ', ଏ ସରକାରର ବଡ଼ ସଫଳତା, ଲୋକଙ୍କ ସହ ଯୋଡ଼ିହେବାର ପ୍ରତିବଦ୍ଧତା'।

୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ମିଳିଛି, ଅନ୍ୟ ମହିଳାଙ୍କୁ ଖୁବଶୀଘ୍ର ମିଳିବ । ମୋଦି ଗ୍ୟାରେଣ୍ଟିରେ ଯାହା ଲେଖିଛୁ, ସବୁ ଗୋଟିଏ ଗୋଟିଏ ପୂରଣ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+