ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଷ୍ଟମ ଥର ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକଙ୍କ ଅଭିଯୋଗ ଶୁଣଛନ୍ତି। ଏହା ସହ ଅଭିଯୋଗର ସମାଧାନ ନେଇ ଦୂର ଦୂରାନ୍ତରୁ ଆସିଥିବା ଆଶାୟୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି। ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ ବିଭିନ୍ନ ବିଭାଗକୁ ପଠାଯାଇଛି।

ଆଜି ଯାଏଁ ମୋଟ ୮୦୩୧ ଦରଖାସ୍ତ ମିଳିଥିବାବେଳେ ୬ ହଜାର ୫୪୫ ଅଭିଯୋଗର ସମାଧାନ ହୋଇଛି। ଯେତିକି ଅଭିଯୋଗ ଆସିଛି ବିଭିନ୍ନ ବିଭାଗ ସହ ଆଲୋଚନା କରି ସମାଧାନ କରାଯାଉଛି। ପ୍ରାୟ ୮୧ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି।
ଅନ୍ୟପକ୍ଷେ ଖରାରେ ଏକ କୁନି ଝିଅର ସ୍କିନ ପୋଡ଼ିଯାଉଥିବା ବେଳେ ଏଭଳି ଏକ ବିରଳ ରୋଗରେ ପୀଡିତ କୁନି ଝିଅଙ୍କୁ ଅଭିଯୋଗ ପ୍ରକୋଷ୍ଠରେ ଦେଖୁ ଦେଖୁ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡରୁ ୫ ଲକ୍ଷ ସହାୟତା ଦେଇଛନ୍ତି ।












Click it and Unblock the Notifications