୨୪ ଘଣ୍ଟାରେ ୧୦୨୯ କରୋନା ପଜିଟିଭ୍

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ପୁଣି ହଜାର ଟପିଲା ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ୧୮ ବର୍ଷ ବୟସ ମଧ୍ୟରେ ୧୭୫ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୬୫ ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭ଜଣ, ବୌଦ୍ଧ ଜିଲ୍ଲାରୁ ୧୫ଜଣ, କଟକ ଜିଲ୍ଲାରୁ ୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲାରୁ ୨୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୩ ଜଣ, କୋରାପୁଟ ଜିଲ୍ଲାରୁ ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୧୭ ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ ଜଣ, ସମ୍ବଲପୁର ଜିଲ୍ଲାରୁ ୯୩ ଜଣ, ସୋନପୁର ଜିଲ୍ଲାରୁ ୨୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨୨ଜଣ, ଷ୍ଟେଟ ପୁଲ୍‌ରୁ ୩୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୧୪୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୬୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୭୩୪୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୬୪୩୯୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+