ଆତଙ୍କ ବଢାଉଛି ସ୍କ୍ରବ୍ ଟାଇଫସ୍, ଚିହ୍ନଟ ହେଲେ ଆଉ 11 ରୋଗୀ
ସୁନ୍ଦରଗଡ଼: ରାଜ୍ୟରେ ବଢୁଛି ସ୍କ୍ରବ୍ ଟାଇଫସ୍ ଆତଙ୍କ । ବିଶେଷ କରି ସୁନ୍ଦରଗଡ଼ ଜିଲ୍ଲାରେ ଏହାର ପ୍ରଭାବ ବଢୁଛି । ଆଉ ନୂଆ 11 ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 49 ନମୁନା ରୁ 11 ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ପରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା 441 ରେ ପହଞ୍ଚିଛି ।

ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ଅପଡେଟ୍ ନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀରଞ୍ଜନ ଶତପଥୀ । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀରଞ୍ଜନ ଶତପଥୀ କହିଛନ୍ତି, ଯଥେଷ୍ଟ ଔଷଧ ମହଜୁଦ ରହିଛି । ଠିକ୍ ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି । ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି ।
ଜାନୁଆରୀ ମାସରୁ ଆଜି ପର୍ଯ୍ୟନ୍ତ 441 ଜଣ ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ।












Click it and Unblock the Notifications