ବର୍ଷା ପାଇଁ ଫିକା ପଡିଲା ଦଶମୀ, ୧୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
ବର୍ଷା ପାଇଁ ଫିକା ପଡିଲା ଦଶମୀ, ୧୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ଦଶହରା ପୂଜାକୁ ପ୍ରଭାବିତ କରିଛି । ମେଘ ସମୂହ ପ୍ରଭାବରେ ରାଜ୍ୟରେ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ କିଛି ଅଞ୍ଚଳରେ ବର୍ଷା ଲାଗିରହିଛି । ବର୍ଷା ଯୋଗୁଁ ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି । ଆଜି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ ।

ଦୁର୍ବଳ ହେଉଛି ଲଘୁତାପ । ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ କମିବ । ହେଲେ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନ ଥିବାରୁ କାଲି ପାଇଁ ଏହି ସମସ୍ତ ସାତଟି ଜିଲ୍ଲାକୁ ପାଣି ପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ । ଏହି ସମସ୍ତ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି ।
ଗତ ୨୪ ଘଣ୍ଟାରେ ରାଜ୍ୟରେ ସକ୍ରିୟ ମୌସୁମୀ ତଥା ଲଘୁଚାପ ପ୍ରଭାବରେ ବିସ୍ତୃତି ବର୍ଷା ସହ ୨ ସ୍ଥାନରେ ଅତି ପ୍ରବଳ ଏବଂ ୩୪ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଭଦ୍ରକରେ ସର୍ବାଧିକ ୧୦୯ ମିମି ଓ ପାରଳାଖେମୁଣ୍ତିରେ ୧୦୨.୮ ମିମି ବର୍ଷା ରେକର୍ଡ । ଲଘୁତାପ ପ୍ରଭାବରେ ଆଜି ସକାଳୁ ରାଜଧାନୀ ଭୁବନେଶ୍ୱରର ପଟିଆ ଅଞ୍ଚଳରେ ପ୍ରବଳ ବର୍ଷା ।












Click it and Unblock the Notifications