୧୨ ହଜାର ମାଟ୍ରିକ୍ ପରୀକ୍ଷା ପରୀକ୍ଷାର୍ଥୀ ଅନୁପସ୍ଥିତ

ମାଟ୍ରିକ୍ ପରୀକ୍ଷାରେ ୧୨ ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବା ସ୍ବୀକାର କଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଲେ, ଏ ବିଷୟରେ ତର୍ଜମା କରାଯାଉଛି । କାହିଁକି ଅନୁପସ୍ଥିତ ରହିଲେ ସେନେଇ ତର୍ଜମା କରାଯାଉଛି । ଅନେକ ବ୍ୟକ୍ତିଗତ କାରଣରୁ ପରୀକ୍ଷା ଦିଅନ୍ତିନାହିଁ । ବିଭାଗ ସବୁ ବ୍ୟବସ୍ଥା କରିଛି କିପରି ସମସ୍ତେ ପରୀକ୍ଷା ଦେବେ । ବିଭାଗୀୟ ତ୍ରୁଟି ନାହିଁ, ବ୍ୟକ୍ତିଗତ କାରଣରୁ ଅନୁପସ୍ଥିତ ରହିଛନ୍ତି । ସରକାର ଡ୍ରପ୍ ଆଉଟ୍ ରୋକିବାକୁ ସବୁ ପଦକ୍ଷେପ ନେଇଛନ୍ତି । ଚାଇଲ୍ଡ ଟ୍ରାକିଂ ସର୍ଭେ କରାଯାଉଛି । ନାମଲେଖା ଉତ୍ସବ କରାଯାଉଛି । ଆସ ସ୍କୁଲ ଯିବା ଅଭିଯାନ ବି କରାଯାଉଛି । ତ୍ରୁଟିକୁ ଅନୁଧ୍ୟାନ କରି ଆଗାମୀ ଦିନରେ ଆହୁରି ସଚେତନ କରାଇବାକୁ ସରକାର ପଦକ୍ଷେପ ନେବେ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।

nityananda gond
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+