ରାଜ୍ୟରେ ନିର୍ମାଣ ହେବ ୧୨୮୦ ଚେକ୍ ଡ୍ୟାମ୍ : ମୁକେଶ ମହାଲିଙ୍ଗ

ରାଜ୍ୟରେ ନିର୍ମାଣ ହେବ ୧୨୮୦ ଚେକ୍ ଡ୍ୟାମ୍ । ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା। ସେ କହିଛନ୍ତି ଯେ, ୨୦୨୨-୨୫ ଭିତରେ ୧୨୮୦ ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ ସରକାରଙ୍କ ନିକଟରେ ପ୍ରସ୍ତାବ ରହିଛି । ୨୦୨୫ ସୁଦ୍ଧା ୫୮୫ ଚେକ୍ ଡ୍ୟାମ୍ ନିର୍ମାଣ କାମ ସରିବ। ଜଳ ପୁନରୁଦ୍ଧାର ପାଇଁ ପଦକ୍ଷେପ ନିଆଯାଉଛି ।

odisha Assembly session 2024

ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଏନେଇ ଏକ ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ମଡେଲ ସ୍କୁଲ ହେବ। ଏହାର ନାମ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରହିବ।

ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏମିତି ୫ଶହ ସ୍କୁଲ କରାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ ସବୁ ପଞ୍ଚାତୟରେ ହେବ। ଏନେଇ ବଜେଟରେ ବ୍ୟବସ୍ଥା ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସ୍କୁଲରେ ଏମିତି ବ୍ୟବସ୍ଥା କରାଯିବ ଯେମିତି ପିଲାମାନେ ପ୍ରାଇଭେଟ ସ୍କୁଲକୁ ନଯାଇ ସମସ୍ତେ ଆସିବାକୁ ଇଚ୍ଛା ପ୍ରକାଶ କରିବେ।

ଗୁରୁଦିବସ ଅବସରରେ ଦେଇଥିବା ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବାମୀ ବିବେକାନନ୍ଦ ମୋର ଆଦର୍ଶ । ସମାଜ ନିର୍ମାଣ, ସଂସ୍କାରରେ ଗୁରୁମାନଙ୍କ ଗୁରୁଭୂମିକା ରହିଛ। ଗୁରୁମାନଙ୍କୁ ସର୍ବଦା ଭକ୍ତିର ସହ ସ୍ମରଣ କରିବାକୁ ସେ ପରାମର୍ଶ ଦେଇଛନ୍ତି। ମୁଖମନ୍ତ୍ରୀକହିଛନ୍ତି, ବାପା, ମାଙ୍କ ପରେ ଗୁରୁ ହେଉଛନ୍ତି ଆମର ଆରାଧ୍ୟ ଦେବତା। ଶିକ୍ଷା ବ୍ୟବସ୍ଥା ହେଉଛି ତ୍ରିଭୁଜ ସଦୃଶ।ଛାତ୍ର, ଶିକ୍ଷକ ଏବଂ ଅଭିଭାବକ ଏହି ତ୍ରିଭୁଜର ତିନି ବାହୁ। ତିନି ବାହୁ ଏକାଠି ହେଲେ ଜଣେ ଛାତ୍ର ଜୀବନ ସୁସଂଗଠିତ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+