ଘୂର୍ଣ୍ଣିବଳୟ ସମ୍ଭାବନା, ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି
ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ୧୫ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।
ଅନ୍ୟପକ୍ଷରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିସ୍ଥିତି ଜାରି ରହିଛି। ଗତ ଜୁନ୍ ପହିଲାରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷାଠାରୁ ୯ ପ୍ରତିଶତ କମ୍ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ୧୦ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।












Click it and Unblock the Notifications