ଜାଣନ୍ତୁ କେବେ ପଡୁଛି କାର୍ତ୍ତିକ ପୂର୍ଣ୍ଣିମା ଏବଂ କାହିଁକି ପାଳନ କରାଯାଏ
Kartik Purnima 2024: ସନାତନ ଧର୍ମରେ କାର୍ତ୍ତିକ ପୂର୍ଣ୍ଣିମାକୁ ଅତ୍ୟନ୍ତ ପିବତ୍ର ଏବଂ ଶୁଭ ବୋଲି ବିବେଚନା କରାଯାଏ । ଚଳିତ ବର୍ଷ ୧୫ ନଭେମ୍ବର ୨୦୨୪ ରେ ପାଳନ କରାଯିବ । ତେବେ କାର୍ତ୍ତିକ ପୂର୍ଣ୍ଣିମା ଦିନ ସ୍ନାନ ଓ ଦାନର ଖାସ ମହତ୍ତ୍ୱ ରହିଛି । କାର୍ତ୍ତିକ ମାସରେ ଭଗବାନ ବିଷ୍ଣୁଙ୍କ ପୂଜାର୍ଚ୍ଚନା କରିବା ଅତ୍ୟନ୍ତ ସ୍ୱତନ୍ତ୍ର ବିବେଚନା କରାଯାଏ ।
କାହିକିଁ ପାଳନ କରାଯାଏ କାର୍ତ୍ତିକ ପୂର୍ଣ୍ଣିମା
କାର୍ତ୍ତିକ ପୂର୍ଣ୍ଣିମା ଦିନ ଡଙ୍ଗା ଭସାନ୍ତି ଶ୍ରଦ୍ଧାଳୁ । ଓଡ଼ିଶା ସଂସ୍କୃତି ଓ ପରମ୍ପରାକୁ ମନେପକାଇ ଡଙ୍ଗା ଭସାଯାଏ , ବହୁ ପୂରାତନ କାଳରୁ ଏହି ପରମ୍ପରା ପାଳନ କରାଯାଉଛି । ଓଡ଼ିଆ ଲୋକଙ୍କ ସଂସ୍କୃତି, ପରମ୍ପରା, ଚାଲିଚଳଣି ତଥା ଧରର୍ମୀୟ ଭାବନା ସହ ଜଡ଼ିତ । ତେବେ କାର୍ତ୍ତିକ ପୂର୍ଣ୍ଣିମା ଦିନ କଦଳୀ ପଟୁକାରେ ନିର୍ମିତ ଡ଼ଙ୍ଗା ଭସାଇବାର ବିଧି ପ୍ରଚଳିତ ରହିଛି । ଏହିଦିନ ବଡି ଭୋରୁ ଉଠି ଆବାଳ ବୃଦ୍ଧ ବନିତା ବୁଡ଼ ପକାଇ କଦଳୀ ପାଟୁକାରେ ଡଙ୍ଗା ତିଆରି କରି ସେଥିରେ ଦୀପ ଓ ପାନଗୁଆ ଥୋଇ ଭସାଇଥାଆନ୍ତି । ଏହି ସମୟରେ ଆ କା ମା ବୈ... ପାନଗୁଆ ଥୋଇ... ପାନ ଗୁଆ ତୋ'ର.. ମାସକ ଧରମ ମୋର ଗୀତ ଗାଇ ଡଙ୍ଗା ଭସା ଯାଏ ।

କାର୍ତ୍ତିକ ପୂର୍ଣ୍ଣିମା ପଛର କାହାଣୀ
ପୂର୍ବକାଳରେ ଓଡ଼ିଆ ସାଧବ ପୁଅମାନେ କାର୍ତ୍ତିକ ମାସରେ ବେପାର ବାଣିଜ୍ୟ କରିବା ପାଇଁ ବୋଇତରେ ବିଦେଶ ଯାଉଥିଲେ । କାର୍ତ୍ତିକ ମାସକୁ ସେମାନେ ସମୁଦ୍ରରେ ବୋଇତ ନେଇଯିବାକୁ ପ୍ରକୃଷ୍ଟ ସମୟ ଭାବୁଥିଲେ । କାର୍ତ୍ତିକରେ ଯାଇ ସାଧବ ପୁଅମାନେ ବାଣିଜ୍ୟ ସାରି ପୁଣି ଆଷାଢ଼ ମାସରେ ଫେରୁଥିଲେ ।ତେବେ ଏହି ପରମ୍ପରା ତଥା ସାଧବପୁଅଙ୍କ ବୋଇତ ଯାତ୍ରାକୁ ସ୍ମରଣ କରିବା ପାଇଁ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସା ଯାଇଥାଏ ।
ସେପଟେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼କୁ ନଜରର ରଖି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି ।












Click it and Unblock the Notifications