ନକଲି ସାର୍ଟିଫିକେଟ ଦେଇ ଶିକ୍ଷକ ଚାକିରି କରିଥିବା ୧୫୦ ଜଣ ବହିଷ୍କୃତ: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ନକଲି ସାର୍ଟିଫିକେଟ ଦେଇ ଶିକ୍ଷକ ଚାକିରି କରିଥିବା ପାଖାପାଖି ୧୫୦ ଜଣ ବହିଷ୍କୃତ ହୋଇଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଥାନାରେ ଏତଲା ଦିଆଯାଇଛି । ମୟୂରଭଞ୍ଜରେ କେସ୍ ଦାଖଲ ହୋଇ ଗିରଫ ମଧ୍ୟ ହୋଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି ।

ସେ କହିଛନ୍ତି, ନକଲି ସାର୍ଟିଫିକେଟ କଥା ଆଜିର ନୁହେଁ। ବଲାଙ୍ଗୀର ପୋଷ୍ଟାଲରେ ବାହାରିବା ପରେ ସରକାର ଏନେଇ ସକ୍ରିୟ ଅଛନ୍ତି । ସରକାର ଗମ୍ଭୀରତାର ସହ ଖୋଳତାଡ଼ ଜାରି ରଖିଛନ୍ତି । BEO, DEO ମାନଙ୍କୁ ୭ ଦିନ ଭିତରେ ନିଜ ଅଂଚଳର ନକଲି ସାର୍ଟିଫିକେଟଧାରୀଙ୍କ ସମ୍ପର୍କରେ ରିପୋର୍ଟ କରି କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଓଡିଶା ଓ ବାହାର ବିଶ୍ୱବିଦ୍ୟାଳୟକୁ ବି ଚିଠି କରାଯାଇଛି। ବଲାଙ୍ଗିର ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବାବେଳେ ତାଙ୍କ ଉପରେ ବିଶ୍ୱାସ ରହିଛି ବୋଲି ମନ୍ତ୍ରୀ କହିଛନ୍ତି । ଗଣଶିକ୍ଷା ବିଭାଗରେ ପୂର୍ବରୁ ଖୋଳତାଡ଼ ଚଲାଇଛି । ତେଣୁ ସ୍ୱତନ୍ତ୍ର ଟିମ୍ ଗଠନ ପାଇଁ କିଛି ଆବଶ୍ୟକତା ଆସିନି ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications