ବାତ୍ୟା ‘ଦାନା' ଲ୍ୟାଣ୍ଡ ଫଲ ପୂର୍ବରୁ ଜନ୍ମ ହେଲେ ୧୬୦୦ ଶିଶୁ

ଭୁବନେଶ୍ୱର: ଓଡ଼ିଶା ଉପକୂଳରେ ମାଡ଼ ହୋଇଛି ଭୀଷଣ ବାତ୍ୟା 'ଦାନା'। ଧାମରାର ଦକ୍ଷିଣ-ଦକ୍ଷିଣପୂର୍ବ ୨୦ କିମି ଦୂର ଅର୍ଥାତ୍ ଭିତରକନିକା ଅନ୍ତର୍ଗତ ହାବେଳିଖଟି ନେର୍ଚ କ୍ୟାମ୍ପ ନିକଟରେ ରାତି ୧୨ଟାରେ ସ୍ଥଳଭାଗ ଛୁଇଁଛି। ଏବେ ବି ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିଛି । ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଏହି ପ୍ରକ୍ରିୟା ୫ ଘଣ୍ଟା ଅର୍ଥାତ୍ ୨୫ ତାରିଖ ଭୋର ୫ଟା ପର୍ଯ୍ୟନ୍ତ ଜାରି ରହିବ। ସ୍ଥଳଭାଗକୁ ପ୍ରବେଶ କରିବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିଲୋମିଟର ରହିଛି। ବେଳେବେଳେ ୧୨୦ କିମି ବେଗରେ ଝଟ୍‌କା ଦେଇ ଆଗକୁ ବଢ଼ୁଛି।

କିନ୍ତୁ ବାତ୍ୟା ଲ୍ୟାଣ୍ଡଫଲ କରିବା ପୂର୍ବରୁ ଏକ ତଥ୍ୟ ସାନ୍ନାକୁ ଆସିଛି । ତେବେ ବାତ୍ୟା ଆସିବା ପୂର୍ବରୁ ରାଜ୍ୟରେ ପ୍ରାୟ ୧୬୦୦ ଛୁଆ ଜନ୍ମ ହୋଇଛନ୍ତି। ଆଜି ରାତି ପ୍ରାୟ ୧୧ଟା ବେଳେ ଏସ୍‌ଆରସିଙ୍କ କାର୍ଯ୍ୟାଳୟରେ ଗଣମାଧ୍ୟମକୁ ବାତ୍ୟା ମୁକାବିଲା ସଂପର୍କିତ ସୂଚନା ଦେବା ବେଳେ ଏଭଳି କିଛି ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, 'ବାତ୍ୟା ପ୍ରଭାବିତ ହେବାକୁ ଜିଲ୍ଲାଗୁଡ଼ିକର ମାଆ ଗୃହରେ ୪୪୩୧ ଗର୍ଭବତୀ ମହିଳାମାନଙ୍କୁ ରଖାଯାଇଛି ।

Newborns Baby

୧୬୦୦ ମହିଳା ସନ୍ତାନ ଜନ୍ମ ଦେଇଛନ୍ତି । ଉଭୟ ମାଆ ଏବଂ ପିଲା ସୁସ୍ଥ ଅଛନ୍ତି ।' ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, 'ବାଲେଶ୍ୱର ଜିଲ୍ଲା ସବୁଠୁ ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି । ତେଣୁ ସେଠାରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଦ୍ୱିତୀୟରେ ମୟୂରଭଞ୍ଜ ଜିଲ୍ଲାରୁ ଲକ୍ଷେ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଭଦ୍ରକରୁ ୭୫ ହଜାର, ଯାଜପୁରରୁ ୬୦ ହଜାର ଏବଂ କେନ୍ଦ୍ରାପଡ଼ାରୁ ୪୬ ହଜାରରୁ ଅଧିକ ଲୋକଙ୍କୁ ସ୍ଥାନନ୍ତର କରାଯାଇଛି ।'

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+