Get Updates
Get notified of breaking news, exclusive insights, and must-see stories!

୧୮ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୯ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି । ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ସହିତ ଥିଲେ ସହଯୋଗୀ ୧୦ ଜଣ ମନ୍ତ୍ରୀ ଓ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀଗଣ ।

Chief Minister

ଆଜିଥିଲା ଅଭିଯୋଗ ଶୁଣାଣିର ୧୦ମ ପାଳି। ଏହା ଥିଲା ଅନ୍ୟ ନଅ'ଟି ପାଳି ଠାରୁ ଭିନ୍ନ, କାରଣ ସରକାରଙ୍କ ପାଖକୁ ଲୋକ ଆସି ନାହାନ୍ତି, ସରକାର ଆସିଛନ୍ତି ଲୋକଙ୍କ ଅଭିଯୋଗ ଶୁଣିବାକୁ। ଗତ କାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ ସମ୍ବଲପୁରରେ ପହଞ୍ଚି ମା' ସମଲେଶ୍ୱରୀଙ୍କ ଦର୍ଶନ କରି ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ପ୍ରାର୍ଥନା କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ସମ୍ବଲପୁରରେ ଏ ଜନ ଶୁଣାଣି କାର୍ଯ୍ୟକ୍ରମ ସମସ୍ତଙ୍କ ପାଇଁ ଶୁଭଙ୍କର । ସରକାରଙ୍କ ପାଇଁ, ଲୋକଙ୍କ ପାଇଁ, ଓଡ଼ିଶା ରାଜ୍ୟ ପାଇଁ ଓ ସର୍ବୋପରି ଗଣତନ୍ତ୍ର ପାଇଁ ଏକ ସକରାତ୍ମକ ବାର୍ତ୍ତା ଦେଉଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ଆମର ଏହି ଜନ ଶୁଣାଣି କାର୍ଯ୍ୟକ୍ରମକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନ ଆମକୁ ଲୋକଙ୍କ ଆହୁରି ନିକଟତର ହେବାକୁ ପ୍ରେରଣା ଦେଇଛି ବୋଲି ସେ କହିଛନ୍ତି।

ସେ ପୁଣି କହିଥିଲେ ଯେ, ଆମର ଉଦ୍ଦେଶ୍ୟ ହେଉଛି ରାଜ୍ୟର ବୃହତ୍ତର ବିକାଶର ଲକ୍ଷ୍ୟ ପୂରଣ ଭିତରେ ଗରିବ, ଅସହାୟ ଲୋକଙ୍କ ଦୁଃଖକୁ ଆମେ ଯେପରି ନଜର ଅନ୍ଦାଜ୍ ନ କରୁ। ସେମାନେ ଯେପରି ଅନୁଭବ ନ କରନ୍ତି ଯେ, ସେମାନଙ୍କ ଦୁଃଖ ଶୁଣିବା ପାଇଁ କେହି ନାହାନ୍ତି। ପୂର୍ବ ସରକାର ଏଥିପ୍ରତି ଉଦାସୀନ ମନୋଭାବ ପୋଷଣ କରୁଥିଲେ। ଆମେ କିନ୍ତୁ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜନ ଶୁଣାଣି କରିବା ପାଇଁ ନିଷ୍ପତ୍ତି ନେଇଛୁ। ଆଜି ସମ୍ବଲପୁରରେ ହେଲା, ଆଗାମୀ ଦିନରେ ରାଜ୍ୟର ଅନ୍ୟ ସ୍ଥାନରେ ହେବ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ଓ ନଗରଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଇଂ ଗଣେଶ ରାମ ସିଂ ଖୁଣ୍ଟିଆ, ପଞ୍ଚାୟତିରାଜ ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ, ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+