୧୮ ଖୋଲିବ ମହାପ୍ରଭୁଙ୍କ ଭିତର ରତ୍ନ ଭଣ୍ଡାର, ସକାଳ ୮ରୁ ମନ୍ଦିରରେ ଲାଗିବ ଏହି ସବୁ କଟକଣା

୧୮ ରେ ଖୋଲିବ ମହାପ୍ରଭୁଙ୍କ ଭିତର ରତ୍ନ ଭଣ୍ଡାର । ଏନେଇ ଆଜି ବଡ ଖବର ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ତାଲା, ଚାବି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇ କହିଛନ୍ତି, ବାହାର ରତ୍ନଭଣ୍ଡାରର ୩ଟି ତାଲା ସେଦିନ ନିର୍ଦ୍ଧାରିତ ଚାବିରେ ଖୋଲିଥିଲା। ବାହାର ରତ୍ନଭଣ୍ଡାର ତାଲା ଫିଟିବା ପରେ ଭିତର ରତ୍ନଭଣ୍ଡାର ଦେଖିଥିଲୁ।

Ratn bhandar

୩ଟି ତାଲା ଭଙ୍ଗାଯାଇଥିଲେ ବି ୨ଟି ନୂଆ ତାଲା ପକାଇବା ସମ୍ଭବ ହୋଇଥିଲା। ୨ଟି ନୂଆ ତାଲାର ଚାବି ଓ ଭଙ୍ଗାଯାଇଥିବା ତାଲା ଟ୍ରେଜେରୀରେ ଜିମା ଦିଆଯାଇଛି। ଗୁରୁବାର ଟ୍ରେଜେରୀରୁ ନୂଆ ତାଲାର ଚାବି ଆଣି ଆଉଥରେ ରତ୍ନଭଣ୍ଡାର ଖୋଲାଯିବ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ତେବେ ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ। ଏହି ସୟମରେ ପ୍ରାୟ ସକାଳ ୮ଟା ବେଳକୁ ମନ୍ଦିର ପ୍ରବେଶ କଟକଣା କରାଯିବ। ସେହି ସମୟରେ ସାଧାରଣ ଭକ୍ତଙ୍କ ପାଇଁ ମନ୍ଦିର ପ୍ରବେଶ କଟକଣା ରହିବ।

ମୁଖ୍ୟ ପ୍ରଶାସକଙ୍କ କହିବାନୁସାରେ, ଭିତର ଭଣ୍ଡାରରେ କାନ୍ଥକୁ ଲାଗି ସିନ୍ଦୁକ, ଆଲମାରୀ ରହିଥିଲା। ସମୟ ଅଭାବରୁ ରବିବାର ଆମେ ସିନ୍ଦୁକ, ଆଲମାରୀ ଖୋଲାଯାଇପାରି ନଥିଲା। ପରବର୍ତ୍ତୀ ସମୟରେ ଖୋଲିବାକୁ ନିଷ୍ପତ୍ତି ନେଇ ନୂଆ ତାଲା ପକାଇ ସିଲ କରିଥିଲୁ। ପ୍ରଥମେ ରତ୍ନଭଣ୍ଡାରରେ ଥିବା ଗହଣା ଗୁଡ଼ିକୁ ସ୍ଥାନାନ୍ତର କରାଯାଉଛି। ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରଣ ପରେ ମୂଳ ରତ୍ନଭଣ୍ଡାର ମରାମତି ହେବ। ଏଏସଆଇ ଦ୍ବାରା ମରାମତି କାର୍ଯ୍ୟ ସରିବା ପରେ ଗଣତି, ମଣତି ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+