ପୁରୀ ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ

ଭୁବନେଶ୍ୱର : ରଥଯାତ୍ରା ସୁପରିଚାଳନା ନିମନ୍ତେ ସମସ୍ତ ବ୍ୟବସ୍ଥା କଡାକଡି କରାଯାଉଛି । ଚଳିତ ଥର ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଅନ୍ୟପଟେ ରଥଯାତ୍ରାର ସୁପରିଚାଳନା ନିମନ୍ତେ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ତହସିଲଦାର, ବିଡିଓ, ପୌର ନିର୍ବାହୀ ଅଧିକାରୀ ପ୍ରମୁଖ ୯୦ ଜଣ ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟଙ୍କୁ ନିୟୋଜିତ କରିଛନ୍ତି ରାଜ୍ୟ ସରକାର ।

ଏହା ସହ ସୋସିଆଲ ମିଡିଆରେ ପାର୍କିଂ ଅଞ୍ଚଳର ସ୍ଥିତି ବିଷୟରେ ଲାଇଭ୍ ସୂଚନା ଦିଆଯିବ । ରାଷ୍ଟ୍ରପତିଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଡିଜିପି ସୂଚନା ଦେଇଛନ୍ତି । ଚଳିତ ଥର ରଥଯାତ୍ରାରେ ୪ ଅତିରିକ୍ତ ଡିଜି, ୬ ଆଇଜି ଓ ଡିଆଇଜି ପାହ୍ୟା ଅଧିକାରୀ ରହିବେ । ୧୯ ଏସ୍‌ପି ପାହ୍ୟାର, ଡିଏସ୍‌ପି ପାହ୍ୟାର ୭୫ ଜଣ ମୁତୟନ ହେବେ ।

rath yatra

୧୩୦ ଇନ୍ସପେକ୍ଟର, ୬୭୫ ଏଏସ୍‌ଆଇ ସୁରକ୍ଷା ଦାୟିତ୍ୱରେ ରହିବେ । ୫ କଂପାନୀ ରାପିଡ୍ ଆକ୍ସନ ଫୋର୍ସ ପାଇଁ କେନ୍ଦ୍ରକୁ ଆବେଦନ କରାଯାଇଛି । ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ । ଏହା ସହ ସୁରକ୍ଷା ଲାଗି ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ପୁରୀରେ ସମୀକ୍ଷା ପରେ ଡିଜିପି ଅରୁଣ ଷଡ଼ଙ୍ଗୀଙ୍କ ସୂଚନା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+