ବଦଳିଲା +2 କୋଶ୍ଚିନ ପ୍ୟାଟର୍ଣ୍ଣ, ଜାଣନ୍ତୁ କିପରି ହେବ ପରୀକ୍ଷା
ଭୁବନେଶ୍ଵର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର। ୨୦୨୫ରେ ଅନୁଷ୍ଠିତ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷାରେ ସେମାନଙ୍କୁ ନୂଆ ଢାଞ୍ଚାରେ ପରୀକ୍ଷା ଦେବାକୁ ପଡ଼ିବ। ୨୦୨୫ ବାର୍ଷିକ +୨ ପରୀକ୍ଷା ପାଇଁ ବଦଳିଛି କୋଶ୍ଚିନ ପ୍ୟାଟର୍ଣ୍ଣ । ଗତ ଜୁନ୍ ୨୮ତାରିଖରେ ପରିଷଦର ବୈଠକ ଏହି ନିଷ୍ପତ୍ତି ନିଆଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।
ବିଜ୍ଞପ୍ତି ଅନୁସାରେ, ୨୦୨୫ରେ ଯୁକ୍ତ୨ ବାର୍ଷିକ ପରୀକ୍ଷା ଦେବାକୁ ଥିବା ରେଗୁଲାର ଛାତ୍ରୀଛାତ୍ର(୨୦୨୩ରେ ନାମ ଲେଖାଇଥିବା ଛାତ୍ରାଛାତ୍ର)ଙ୍କ ପାଇଁ ଏହି ନୂତନ ପ୍ରଶ୍ନପତ୍ର ଢାଞ୍ଚା ଲାଗୁ ହେବ। ପ୍ରକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ କମ୍ପୋନେଣ୍ଟ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ।

ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ମାର୍କର ଥିଓରୀ ଓ ୫୦ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ। ନନ-ପ୍ରାକ୍ଟିକାଲ ବିଷୟରେ ୮୦ ଥିଓରୀ ଏବଂ ୨୦ ଇଣ୍ଟରନାଲ ପରୀକ୍ଷା କରାଯିବ। ନନ-ପ୍ରାକ୍ଟିକାଲ ପରୀକ୍ଷା ପାଇଁ ଫୁଲ ମାର୍କ ୮୦ ଏବଂ ପାସ ମାର୍କ ୨୪ ରଖାଯାଇଛି।
୨୦୨୩ରେ ପଞ୍ଜୀକରଣ ଓ ୨୦୨୫ରେ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଗୁ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।ସେହିଭଳି ୨୦୨୨ରେ ନାମଲେଖାଇଥିବା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କର କିଭଳି ମାର୍କ ଦିଆଯିବ ସେ ନେଇ ମଧ୍ୟ ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।












Click it and Unblock the Notifications