ବଲାଙ୍ଗିରରେ ଡାଇରିଆ ଆତଙ୍କ: ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ
ବଲାଙ୍ଗିର: ରାଉରକେଲାରେ ପରେ ଏବେ ବଲାଙ୍ଗିରରେ ଡାଇରିଆ ଆତଙ୍କ । ବଲାଙ୍ଗିର କଣ୍ଟାବାଞ୍ଜି ହସ୍ପିଟାଲରେ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ପୁରୁଷ ରହିଛନ୍ତି । ଗତକାଲି ଝାଡ଼ାବାନ୍ତିରେ ୬ ଜଣ ଗୁରୁତର ଆକ୍ରାନ୍ତ ଭର୍ତ୍ତି ହୋଇଥିଲେ । ଏନେଇ ବଲାଙ୍ଗିର ସିଡିଏମଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି ।

ରାଉରକେଲାରେ ଏପର୍ଯ୍ୟନ୍ତ ଡାଇରିଆ ନିୟନ୍ତ୍ରଣକୁ ଆସି ନାହିଁ ହେଲେ ଏପଟେ ବଲାଙ୍ଗିରର କଣ୍ଟାବାଞ୍ଝିଆରେ ଝାଡ଼ାବାନ୍ତି ବଢାଇଲାଣି ଚିନ୍ତା । ବଲାଙ୍ଗିର ସିଡିଏମଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତକାଲି ଗୁରୁତର ଅବସ୍ଥାରେ ୬ ଜଣ ଆକ୍ରାନ୍ତ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ଯେଉଁମାନଙ୍କ ମଧ୍ୟରୁ ଆଜି ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ ମୃତକ ଦୁଇ ଜଣ ହେଲେ ପୁଡ଼ାପଦାର ଗାଁ ମୀରୀ ସାହୁ ଓ ମାଲିବାହାଲ ଗାଁର ସନ୍ତୋଷ ସାହୁ ।
ସୂଚନାଥାଉ ଯେ, ଗତକିଛି ଦିନ ହେବ ରାଉରକେଲାରେ ଝାଡାବାନ୍ତିରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କର ମୃତ୍ୟୁ ହେଲାଣି । ସହରରେ ଝାଡ଼ାବାନ୍ତି କିପରି ଆଉ ନ ବ୍ୟାପିବ ସେଥିପାଇଁ ଜିଲ୍ଲା ପ୍ରଶାସନ ପୁରା ପ୍ରସ୍ତୁତ ରହିଛି । ଗାଁରେ୧୦୦ରୁ ଉର୍ଦ୍ଧ୍ବ ଆଶାକର୍ମୀ , ଏଏନଏମ୍ ଘରକୁ ଘର ବୁଲି ରୋଗ ନବ୍ୟାପିବା ପାଇଁ ପ୍ରତିଷେଧକ ବ୍ୟବସ୍ଥା ନେବାକୁ ସଚେତନ କରୁଛନ୍ତି । ୬ଟି ମୋବାଇଲ ଡାକ୍ତରୀ ଟିମ୍ ବୁଲି ବୁଲି ଲୋକଙ୍କୁ ସଚେତନ କରାଉଛନ୍ତି । ଏପଟେ ସ୍ଥିତି ଅନୁଧ୍ୟାନ ପାଇଁ ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ରାଉରକେଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ।
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ପୁଣି ଖସିଲା ସୁନା-ରୂପା ରେଟ୍ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୨ ମୃତ -
ଶୁଭମନ ଗିଲ୍ ସର୍ବଶ୍ରେଷ୍ଠ ଅନ୍ତରାଷ୍ଟ୍ରୀୟ କ୍ରିକେଟର -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ଏଥର ପ୍ରଚଣ୍ଡ ହେବ ଗୁଷ୍ମ ପ୍ରବାହ, ୪୦ ଛୁଇଁବ ପାରଦ -
ଗହଣା କିଣିବା ପୂର୍ବରୁ ପକାନ୍ତୁ ନଜର, ଜାଣିରଖନ୍ତୁ ଆଜିର ଦାମ୍












Click it and Unblock the Notifications