ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ
ଦୁଇ ମାଓବାଦୀ ନିହତ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ଜଙ୍ଗଲରେ ପୋଲିସ- ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଯେଉଁଥିରେ ଦୁଇ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି ।

ଖବର ଅନୁଯାୟୀ, ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ ।ଦୀର୍ଘ ସମୟ ଧରି ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଚାଲିଥିଲା ଗୁଳିବିନିମୟ । ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ଏହାସହିତ ଘଟଣାସ୍ଥଳରୁ SLR ଓ INSAS ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛନ୍ତି ସୁରକ୍ଷାକର୍ମୀ ।
More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK






Click it and Unblock the Notifications