ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା: ଆଉ ୨ ଜଣ ଗିରଫ
ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା: ଆଉ ୨ ଜଣ ଗିରଫ
ବଲାଙ୍ଗୀର: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା । ଏହି ଘଟଣାରେ ଆଜି ପୋଲିସ ଆଉ ଦୁଇ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଉଛନ୍ତି ମହାଲିଙ୍ଗ +୨ କଲେଜ ଅଧ୍ୟକ୍ଷ ରଞ୍ଜିତ ସାହୁ ଏବଂ ଅଧ୍ୟାପକ କୃତି ଚନ୍ଦନ ଗିରଫ । ସାକ୍ଷୀଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ଉଭୟଙ୍କୁ ଗିରଫ କରାଯାଇଛି । ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି କଣ୍ଟାବାଞ୍ଜି ପୋଲିସ । ୨୦୨୧ ଅକ୍ଟୋବର ୮ରେ ନିଖୋଜ ଥିବା ଶିକ୍ଷୟିତ୍ରୀ ମମିତା ମେହେରଙ୍କର ପୋଡା ଦେହ ଜବତ କରିଥିଲା ପୋଲିସ ।

ମମିତା ମେହେର ହତ୍ୟା ମାମଲା
ସୂଚନାଥାଉ ଯେ, ଜେରା ବେଳେ ପୋଲିସ୍ ନିକଟରେ ଶିକ୍ଷୟିତ୍ରୀ ମମିତା ମେହରଙ୍କୁ ହତ୍ୟା କରିଥିବା ନେଇ ସ୍ୱୀକାର କରିଥିଲା ଅଭିଯୁକ୍ତ ଗୋବିନ୍ଦ ସାହୁ। ୨୦୨୧ ଅକ୍ଟୋବର ୮ରେ ମମିତାଙ୍କୁ ଏକ କାରରେ ନେଇ ଯାଇଥିଲା ଗୋବିନ୍ଦ । କାର୍ ଭିତରେ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା ଏହା ପରେ ଉତ୍ତ୍ୟକ୍ତ ଗୋବିନ୍ଦ କାର୍ ଭିତରେ ହିଁ ମମିତାଙ୍କୁ ହତ୍ୟା କରିଥିଲା । ହତ୍ୟା କରିବା ପରେ ୮ ତାରିଖ ବିଳମ୍ବିତ ରାତିରେ ମମିତାଙ୍କ ମୃତଦେହକୁ ମହାଲିଙ୍ଗରେ ନିର୍ମାଣାଧୀନ ଷ୍ଟାଡିୟମ ଭିତରେ ପୋତା ଯାଇଥିଲା ।
ପୂର୍ବରୁ ଖୋଳାଯାଇଥିବା ଗାତରେ ମମିତାଙ୍କ ମୃତ ଶରୀରକୁ ପ୍ଲାଏ କାଠ ଏବଂ ଟାୟାର ସାହାଯ୍ୟରେ ପୋଡିଦିଆଯାଇଥିଲା । ଭଲରେ ପୋଡିବା ପାଇଁ ପ୍ଲାଏ ଉପରେ ଟାୟାର ରଖି ଜଳାଇ ଦେଇଥିଲା । ଏହା ପରେ ମୃତ ଶରୀର ଯେପରି ଶୀଘ୍ର ନଷ୍ଟ ହୋଇଯିବ ସେନେଇ ମଧ୍ୟ ଯଥେଷ୍ଟ ପରିମାଣରେ ଲୁଣ ପକାଯାଇଥିଲା । ଦିନକ ପରେ ଗାତକୁ ପୋତିବା ପାଇଁ ଜେସିବି ଡ୍ରାଇଭରକୁ କହିଥିଲା ଗୋବିନ୍ଦ । ଜେସିବି ଡ୍ରାଇଭରକୁ ପୋଲିସ ପଚାରା ଉଚରା ପେରେ ସେ ସତ ସ୍ୱୀକାର କରିଥିଲା ।












Click it and Unblock the Notifications