ଚିନ୍ତା ବଢ଼ାଇଲାନି ଝାଡାବାନ୍ତି, ଆଜି ସ୍ଥିତି ପରଖିବେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ
ଯାଜପୁରରେ କାୟା ମେଲାଉଛି ଡାଇରିଆ । ଝାଡ଼ାବାନ୍ତିରେ ଆଉ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଫଳରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ଦୁଇ ମୃତକ ହେଲେ ଯାଜପୁର ବ୍ଲକ ଖଇରାବାଦ ଗାଁର ଜୟନ୍ତୀ ସାହୁ ଓ ଯାଜପୁର ପୌରାଞ୍ଚଳ କୋଟବସନ୍ତପୁରର ମଦନ ମୋହନ ସେନାପତି । ଜୟନ୍ତୀଙ୍କର ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ହୋଇଛି । ସେହିପରି ମଦନ ମୋହନ ସେନାପତିଙ୍କର କଟକ ବଡ ମେଡିକାଲରେ ମୃତ୍ୟୁ ହୋଇଛି । ଜିଲ୍ଲାରେ ୧୧ ହଇଜା ରୋଗୀ ଚିହ୍ନଟ ପରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ନିଦ ହଜିଯାଇଛି । ଆହୁରି ୨ଶହ ସାମ୍ପୁଲ ପରୀକ୍ଷା ପାଇଁ ଯାଇଛି ।

କେନ୍ଦ୍ରୀୟ ପ୍ରତିନିଧି ଦଳ ଆଜି ଯାଜପୁର ଜିଲ୍ଲା ଯାଇ ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି । ଏଥିସହ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଆଜି ଯାଜପୁର ଜିଲ୍ଲା ଯାଇ ସ୍ଥିତି ସମୀକ୍ଷା କରିବେ । କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଟିମ୍ରେ ଆଞ୍ଚଳିକ ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀ ଡାକ୍ତର ନୀଲମ୍ ସୋମାଲକର, ଭାରତୀୟ ଜନସ୍ୱାସ୍ଥ୍ୟ ପ୍ରତିଷ୍ଠାନର ପ୍ରଫେସର ଡାକ୍ତର ଶିବାନୀ ଲାହିରି, ଏମ୍ସ ଭୁବନେଶ୍ବରର ମାଇକ୍ରୋଲୋଜିଷ୍ଟ ପ୍ରଫେସର ଡାକ୍ତର ସୃଜନ ମହାନ୍ତି, ଶିଶୁରୋଗ ପ୍ରଫେସର ଡାକ୍ତର ଭାଗିରଥୀ ଦ୍ୱିବେଦୀ, କେନ୍ଦ୍ରୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର ଅଧିକାରୀ ଡାକ୍ତର ସତ୍ୟଜିତ ସୁବୁଦ୍ଧି, କୋଲକାତାସ୍ଥିତ ଭାରତୀୟ ଭେଷଜ ଗବେଷଣା କେନ୍ଦ୍ରର ସଂକ୍ରାମକ ରୋଗ ବିଶେଷଜ୍ଞ ଡାକ୍ତର ପ୍ରେମଜିତ୍ ଘୋଷ ଓ ଡାକ୍ତର ଗୌତମ ଚୌଧୁରୀ ଅଛନ୍ତି। ଏହି କମିଟି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ପରଖିବା ସହିତ ରୋଗର କାରଣ ଓ ନିରାକରଣ ସମ୍ବନ୍ଧରେ କ୍ଷେତ୍ରସ୍ତରୀୟ ଅଧିକାରୀ, ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କୁ ଆବଶ୍ୟକ ପରାମର୍ଶ ଦେବେ।












Click it and Unblock the Notifications