ଦେଶାନ୍ତର ହେବେ ୨୦ ବାଂଲାଦେଶୀ, ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ତଥ୍ୟ ଜାରି କଲେ ସରକାର

ଖୁବଶୀଘ୍ର ଦେଶାନ୍ତର ହେବେ ଜଗତସିଂହପୁରରୁ ଚିହ୍ନଟ ୨୦ ବାଂଲାଦେଶୀ। ରାଜ୍ୟରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ତଥ୍ୟ ଜାରି କଲେ ସରକାର। ୨୧୦୯ ସନ୍ଦିଗ୍ଧଙ୍କୁ ଯାଞ୍ଚ କରାଯାଇଛି, ୨୦୨୫ ଜଣ ଭାରତୀୟ ଚିହ୍ନଟ। ଆଉ ୧୩ ଜଣଙ୍କ ପରିଚୟ ପତ୍ର ଯାଞ୍ଚ ଚାଲିଛି। ୭୧ ଜଣଙ୍କୁ ଅବୈଧ ବାଂଲାଦେଶୀ ଭାବେ ଚିହ୍ନଟ କରାଯାଇଛି। ଭୁବନେଶ୍ୱରରେ ସର୍ବାଧିକ ୨୪, କଟକରେ ୧୫, ବ୍ରହ୍ମପୁରରେ ୬ ଚିହ୍ନଟ କରାଯାଇଛି। ୨ ବାଂଲାଦେଶୀ ଅନୁପ୍ରବେଶକାରୀ ନିଜ ନାଁରେ ଭାରତୀୟ ପାସ୍‌ପୋର୍ଟ କରିଛନ୍ତି।

Bangladeshis

ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହା ଆଗକୁ ଜୋରଦାର ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । ଯେଉଁମାନେ ଏଭଳି କାର୍ଯ୍ୟରେ ଲିପ୍ତ ଅଛନ୍ତି, ସେ ଅନୁପ୍ରବେଶକାରୀ ଅବା ଆଉ କିଏ ସେ ସମସ୍ତଙ୍କ ପ୍ରତି ସରକାରଙ୍କ କଠୋର ଆଭିମୁଖ୍ୟ ରହିବ । ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି, ସେମାନଙ୍କ ବିରୁଦ୍ଧରେ ସରକାରଙ୍କ ଆଭିମୁଖ୍ୟ କଠୋର,ଏହି ପ୍ରକ୍ରିୟା ଆଗକୁ ଯିବ। ଯେଉଁଠି ଯେଉଁଠି ଅନୁପ୍ରବେଶକାରୀ ଅଛନ୍ତି ସେମାନଙ୍କୁ ଚିହ୍ନଟ କରାଯିବ, ସେମାନଙ୍କ କାର୍ଯ୍ୟକୁ ତଦାରଖ କରାଯିବ । ଏହା ସହିତ ସେମାନଙ୍କୁ ଡିପୋଟ୍ ମଧ୍ୟ କରାଯିବ, ଏ ନେଇ ନିଷ୍ପତି ମଧ୍ୟ ହୋଇଛି । ସରକାର ଏନେଇ ସବୁ ବ୍ୟବସ୍ଥାଗ୍ରହଣ କରିବେ । ଏ ବାବଦରେ କେନ୍ଦ୍ର ସରକାରର ଯାହା ଭୂମିକା ରାଜ୍ୟ ସରକାରଙ୍କର ମଧ୍ୟ ସମାନ ଭୂମିକା ରହିଛି ।

ରାଜ୍ୟ ସରକାର ସବୁବେଳେ ସୁରକ୍ଷାକୁ ଗୁରୁତ୍ୱ ଦେଇ ଚାଲିଛନ୍ତି । ଓଡ଼ିଶାବାସୀଙ୍କୁ ଆହୁରି ସୁରକ୍ଷିତ ରଖିବାକୁ ସରକାର ବ୍ୟବସ୍ଥାଗ୍ରହଣ କରୁଛନ୍ତି । ସେଥିପାଇଁ ଅନୁପ୍ରବେଶକାରୀ, ଉଗ୍ରବାଦୀ ଆସିବାକୁ ଦୃଷ୍ଟିରେ ରଖି କାର୍ଯ୍ୟ କରାଯାଉଛି । ଯେଉଁମାନେ ଏଭଳି କାର୍ଯ୍ୟରେ ଲିପ୍ତ ଅଛନ୍ତି, ସେ ଅନୁପ୍ରବେଶକାରୀ ଅବା ଆଉ କିଏ ସେ ସମସ୍ତଙ୍କ ପ୍ରତି ସରକାରଙ୍କ କଠୋର ଆଭିମୁଖ୍ୟ ଗ୍ରହଣ କରାଯିବ ।

ତଟବର୍ତ୍ତୀ ଅଞ୍ଚଳ ପୋଲିସକୁ ସଶକ୍ତ କରାଯାଇଛି । କୋଷ୍ଟଗାର୍ଡକୁ ନିରୀକ୍ଷଣ କରୁଛି । ଓଡ଼ିଶାର ତଟ ସମ୍ପୂର୍ଣ୍ଣ ସୁରକ୍ଷିତ । ତାହା ସତ୍ତ୍ବେ ଅନୁପ୍ରବେଶ କରିଛନ୍ତି, ସେମାନଙ୍କୁ ଚିହ୍ନଟ କରିବା ପାଇଁ ସମସ୍ତ ବ୍ୟବସ୍ଥା ସରକାର ହାତକୁ ନେଇଛନ୍ତି ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+