୨୪ ଘଣ୍ଟାରେ ଆଉ ୨୨ ଜୀବନ ନେଲା କରୋନା
ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୨୨ ଜୀବନ ନେଇଛି କରୋନା । ଆଜିର ମୃତ୍ୟୁକୁ ମିଶାଇ ରାଜ୍ୟରେ ମୋଟ୍୨୩୫୭କୁ ବୃଦ୍ଧି ପାଇଲାଣି ମୃତକଙ୍କ ସଂଖ୍ୟା।
ଭୁବନେଶ୍ୱର: ଥମିବାର ନାଁ ନେଉନି ସଂକ୍ରମଣ କି ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଦିନକୁ ଦିନ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୨୨ ଜୀବନ ନେଇଛି କରୋନା ।

ଆଜିର ମୃତ୍ୟୁକୁ ମିଶାଇ ରାଜ୍ୟରେ ମୋଟ୍୨୩୫୭କୁ ବୃଦ୍ଧି ପାଇଲାଣି ମୃତକଙ୍କ ସଂଖ୍ୟା। ଆଜି ବୌଦ୍ଧ, କଳାହାଣ୍ଡି, ଖୋର୍ଦ୍ଧା, ନୂଆପଡ଼ା, ସୁନ୍ଦରଗଡ଼ରୁ ୩ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଥିବା ବେଳେ ଗଜପତି, କୋରାପୁଟ, ରାୟଗଡ଼ାରୁ ୨ ଲେଖାଏଁ ପ୍ରାଣ ହରାଇଛନ୍ତି। ଏହାସହ ବଲାଙ୍ଗିର ଜିଲ୍ଲାରୁ ଆଜି ଜଣେ କରୋନା ଆକ୍ରାନ୍ତଙ୍କ ପ୍ରାଣ ଯାଇଥିବା ସୂଚନା ମିଳିଛି।
୩ ମୃତ୍ୟୁ ସହ ଖୋର୍ଦ୍ଧା ଜିଲ୍ଲାରେ ମୋଟ ମୃତ୍ୟୁସଂଖ୍ୟା ୪୧୪କୁ ବୃଦ୍ଧି ପାଇଛି । ଜିଲ୍ଲାରେ ଏବେ ୧୫ ହଜାର ୪୯୬ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ସେହିଭଳି ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ମୃତ୍ୟୁସଂଖ୍ୟା ୨୨୯କୁ ବୃଦ୍ଧି ପାଇଛି । ଜିଲ୍ଲାରେ ଏବେ ୮ ହଜାର ୮୯୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।












Click it and Unblock the Notifications