ହିଂସା ଛାଡ଼ି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ୨୨ ନକ୍ସଲ

ମାଲକାନଗିରି ଜିଲ୍ଲା ପୁଲିସ୍‌ ନିକଟରେ ୨୨ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓ ସାମଗ୍ରୀ ସହ ମାଓବାଦୀମାନେ ପୁଲିସ୍‌ ଡିଜି ୱାଇ ବି ଖୁରାନିଆଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏନେଇ ଜିଲ୍ଲା ପୁଲିସ୍‌ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ପୁଲିସ୍‌ ଡିଜି, ଡ଼ିଆଇଜି କନୱର ଵିଶାଲ ସିଂ, ମାଲକାନଗିରି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ମାଲକାନଗିରି ଏସପି ବିନୋଦ ପାଟିଲ ଏଚ ଓ ଅନ୍ୟ ପୁଲିସ୍‌ ଅଧିକାରୀ ଉପସ୍ଥିତ ଥିଲେ। ହିଂସାର ପଥ ଛାଡି ଆତ୍ମସମର୍ପଣ କଲେ ସରକାରୀ ସ୍ତରରେ ସେମାନଙ୍କୁ ବିଭିନ୍ନ ସହାୟତା ପ୍ରଦାନ ସହ ଥଇଥାନ କରାଯିବ ବୋଲି ପୁଲିସ୍‌ ଡିଜି ପ୍ରକାଶ କରିଛନ୍ତି।

22 Naxalites

ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାଁରେ ୨କୋଟି ୨୫ ଲକ୍ଷ ରୁ ଅଧିକ ଟଙ୍କା ର ପୁସ୍କାର ରାଶି ଥିଲା। ଆତ୍ମସମର୍ପଣ ପରେ ସମସ୍ତଙ୍କୁ ସରକାରୀ ନୀତି ଅନୁଯାୟୀ ଥଇଥାନ କରାଯିବ ବୋଲି ପୁଲିସ୍‌ ପ୍ରକାଶ କରିଛି। ଦୁଇ ଜଣ ଆନ୍ଧ୍ର ଓଡିଶା ବୋର୍ଡ ଜୋନାଲ କମିଟି ର ସଦସ୍ୟ ହୋଇଥିବାବେଳେ ୨୦ଜଣ ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟି ର ସଦସ୍ୟ ଥିଲେ। ଏମାନଙ୍କ ମଧ୍ୟରେ କୁଖ୍ୟାତ ମାଓ ନେତା ଡିସିଏମ ଲିଙ୍ଗେ ମଧ୍ୟ ସାମିଲ ଅଛି। ବହୁ ବଡ଼ ବଡ଼ ମାଓ ହିଂସାକାଣ୍ଡରେ ଏମାନେ ସାମିଲ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+