ବଢିଲାଣି ସଂକ୍ରମଣ, ବଢୁଛି ଚିନ୍ତା: ଆଜି ୨୪୫ କରୋନା ପଜିଟିଭ୍‌ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବାବେଳେ ୧୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି

ଭୁବନେଶ୍ୱର: କିଛି ମାସ ବ୍ୟବଧାନ ପରେ ରାଜ୍ୟରେ କରୋନା ଗ୍ରାଫ ବଢିବାରେ ଲାଗିଛି । ଗତକାଲି ମାର୍କ ତିନିଶହ ପାର ହୋଇଥିବା ବେଳେ ଆଜି ସାମାନ୍ୟ ଆଶ୍ୱସ୍ଥି ମିଳିଛି । କାରଣ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବାବେଳେ ୧୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି ।

coronavirus

ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୮ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୫ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୨୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୯୦୭,୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨,୮୦୧ ,୧୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩, ୨୧ ,୩୬୭ ,୫୪ସାମ୍ପୁଲ ଟେଷ୍ଟ୍ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+